ବୈଷ୍ଣବ ଚରଣ ମଲ୍ଲିକ
ବୈଷ୍ଣବ ଚରଣ ମଲ୍ଲିକ | |
---|---|
ସାଂସଦ: ୨ୟ ଲୋକ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୨ | |
ପୂର୍ବ ଅଧିକାରୀ | ବାଙ୍କ ବିହାରୀ ଦାସ |
ପର ଅଧିକାରୀ | ବୈଷ୍ଣବ ଚରଣ ମଲ୍ଲିକ |
ନିର୍ବାଚନ ମଣ୍ଡଳୀ | କେନ୍ଦ୍ରାପଡ଼ା |
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପୂର୍ବ ଅଧିକାରୀ | ଚିତ୍ତରଞ୍ଜନ ନାଏକ |
ପର ଅଧିକାରୀ | ପବିତ୍ର ମୋହନ ଜେନା |
ନିର୍ବାଚନ ମଣ୍ଡଳୀ | ବିଞ୍ଝାରପୁର |
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ପୂର୍ବ ଅଧିକାରୀ | ପବିତ୍ର ମୋହନ ଜେନା |
ପର ଅଧିକାରୀ | ଶାନ୍ତନୁ କୁମାର ଦାସ |
ନିର୍ବାଚନ ମଣ୍ଡଳୀ | ବିଞ୍ଝାରପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଜାନୁଆରୀ ୩, ୧୯୨୮ |
ମୃତ୍ୟୁ | ୧୫ ଅଗଷ୍ଟ ୨୦୦୫ | (ବୟସ ୭୭)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ପ୍ରଜା ସୋସିଆଲିଷ୍ଟ ପାର୍ଟି |
ଜୀବନ ସାଥୀ | ସରସ୍ୱତୀ ଦେବୀ |
ବାପା/ବୋଉ | ନରହରୀ ମଲ୍ଲିକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବୈଷ୍ଣବ ଚରଣ ମଲ୍ଲିକ (୩ ଜାନୁଆରୀ ୧୯୨୮ - ୧୫ ଅଗଷ୍ଟ ୨୦୦୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଏବଂ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବୈଷ୍ଣବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ଭାରତୀୟ ସାଧାରଣ ନିର୍ବାଚନରେ ବୈଷ୍ଣବ କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୬୭ ଓ ୧୯୭୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ ଓ [[୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବୈଷ୍ଣବ ଚରଣ ମଲ୍ଲିକ ୧୯୨୮ ମସିହାର ଜାନୁଆରୀ ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ନରହରୀ ମଲ୍ଲିକ ଏବଂ ପତ୍ନୀଙ୍କ ନାମ ସରସ୍ୱତୀ ଦେବୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବୈଷ୍ଣବ ଚରଣ ମଲ୍ଲିକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଏବଂ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର ଏବଂ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ବୈଷ୍ଣବ ଚରଣ ମଲ୍ଲିକ ୨୦୦୫ ମସିହାର ଅଗଷ୍ଟ ମାସ ୧୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା ।