ବ୍ୟବହାରକାରୀଙ୍କ ଆଲୋଚନା:Harisankar Patra

Page contents not supported in other languages.
ଉଇକିପିଡ଼ିଆ‌ରୁ

ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।

ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।


ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?

ଆପଣ କିପରି ସାହାଯ୍ୟ କରିପାରିବେ:

ଅଧିକ ଜାଣିବା କଥା...


Harisankar Patra, ଧନ୍ୟବାଦ ଗପୁ (ମୋ ଆଲୋଚନା) ୨୧:୩୨, ୮ ଅକ୍ଟୋବର ୨୦୨୦ (IST)[reply]

ଏସିଆ ମାସ ଗଣସମ୍ପାଦନା, ୨୦୨୦ରେ ଭାଗ ନେବାକୁ ନିମନ୍ତ୍ରଣ[ସମ୍ପାଦନା]

ଏସିଆ ମାସ ଗଣସମ୍ପାଦନା, ୨୦୨୦
ନମସ୍କାର,
ଏସିଆ ମାସ ଗଣ-ସମ୍ପାଦନା, ୨୦୨୦ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୨୦୧୬ ମସିହାରୁ ଏହି ଗଣ-ସମ୍ପାଦନା ଆରମ୍ଭ ହୋଇଥିଲା ଏବଂ ପୂର୍ବ ବର୍ଷମାନଙ୍କ ଭଳି ଏହିଥର ମଧ୍ୟ ଓଡ଼ିଆ ଉଇକିପିଡ଼ିଆ ଉଇଜର ଗ୍ରୁପ ଏହି ଗଣ-ସମ୍ପାଦନାରେ ଅଂଶଗ୍ରହଣ କରୁଛି, ଯାହାକି ନଭେମ୍ବର ୩୦ ଯାଏଁ ଗୋଟେ ମାସ ଧରି ଚାଲିବ । ଏହି ଗଣ-ସମ୍ପାଦନାରେ ଏସିଆ ମହାଦେଶ ଅନ୍ତର୍ଗତ ବିଭିନ୍ନ ପ୍ରସଙ୍ଗମାନ ଲେଖାଯାଏ, ମାତ୍ର ସେହି ପ୍ରସଙ୍ଗଗୁଡ଼ିକ ନିଜ ଦେଶର ହୋଇନଥିବ । ଯେମିତିକି ଆମେ ଭାରତ ବାହାରେ ଥିବା ଅନ୍ୟାନ୍ୟ ଦେଶମାନଙ୍କର ଭିନ୍ନ ଭିନ୍ନ ବିଷୟରେ ପ୍ରସଙ୍ଗମାନ ଲେଖିପାରିବା ।
ଏହି ଗଣ-ସମ୍ପାଦନାର ମୂଳ ଲକ୍ଷ ହେଉଛି ଉଇକିପିଡ଼ିଆ ସମୂଦାୟସ‌ହ ଏକ ବନ୍ଧୁତ୍ୱପୂର୍ଣ୍ଣ ଭାବର ଆଦାନପ୍ରଦାନ । ଆମେ ଏହି ଗଣ-ସମ୍ପାଦନା ଫଳରେ ଅନ୍ୟ ଦେଶର ଚାଲିଚଳନି, ପରମ୍ପରା, ସଭତ୍ୟା, ସଂସ୍କୃତି, ଖାଦ୍ୟପେୟ, ସ୍ଥାନ, ଲୋକ ଆଦି ବିଷୟରେ ସମ୍ୟକ ସୂଚନା ପାଇପାରିବା । ଏହି ଗଣ-ସମ୍ପାଦନାରେ ଭାଗ ନେଉଥିବା ଉଇକିଆଳିମାନଙ୍କ ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ପୁରସ୍କାର ରହିଛି । ଗଣ-ସମ୍ପାଦନାଟିରେ ଭାଗ ନେବାପାଇଁ ଏଠାରେ ନିଜର ନାମ ଯୋଡ଼ନ୍ତୁ ଏବଂ ପ୍ରସଙ୍ଗ‌ଗୁଡ଼ିକ ତିଆରି କରିବା ଆଗରୁ ନିୟମାବଳୀକୁ ଥରେ ପଢ଼ିବାକୁ ଅନୁରୋଧ । କୌଣସି ପ୍ରକାରର ସ‌ହାଯ୍ୟ ପାଇଁ ସ‌ହାୟତା ପୃଷ୍ଠା ଦେଖିପାରିବେ ।