ବ୍ୟବହାରକାରୀ:Manoj kumar Dehury

ଉଇକିପିଡ଼ିଆ‌ରୁ

SRI AUROBINDO

ସେ ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି ।[୨][୩] ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। [୪] ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ ।  ଶ୍ରୀ ଅରବିନ୍ଦ  ଯୋଗୀ ଶ୍ରୀ ଅରବିନ୍ଦ(୧୯୧୬ ମସିହାର ଫଟୋ) ଜନ୍ମ ତାରିଖ ୧୫ ଅଗଷ୍ଟ ୧୮୭୨ ଜନ୍ମସ୍ଥାନ କଲିକତା, (ତତ୍କାଳୀନ ବ୍ରିଟିଶ ଶାସନାଧୀନ ଭାରତ) ଜନ୍ମ ନାମ ଅରବିନ୍ଦ ଅକରୟେଡ ଘୋଷ ତିରୋଧାନ ୫ ଡିସେମ୍ବର ୧୯୫୦ (ବୟସ ୭୮) ତିରୋଧାନ ସ୍ଥାନ ପଣ୍ଡିଚେରୀ, ପୁଡୁଚେରୀ, ଫରାସୀ ଶାସିତ ଭାରତ ଖ୍ୟାତ ଯୋଗୀ, କବି, ସ୍ୱାଧୀନତା ସଂଗ୍ରାମୀ ରଚନାବଳୀ ଲାଇଫ ଦିଭାଇନ୍, ସାବିତ୍ରୀ, ସିନ୍ଥେସିସ ଅଫ ଯୋଗ ବାଣୀ The Spirit shall look out through Matter's gaze. And Matter shall reveal the Spirit's face.[୧]' ବେବସାଇଟ http://www.sriaurobindoashram.org/ ଦସ୍ତଖତ  ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ [୫] ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ।  ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। [୬] ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା।  ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ

Quotes: ALL LIFE IS YOGA AND ALL LIFE IS EDUCATION. ( Sri Aurobindo)