ବ୍ୟବହାରକାରୀ:Siddharthakumarmishra

ଉଇକିପିଡ଼ିଆ‌ରୁ

ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ । ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇ‍ଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।ଖୁଦୁରୁକୁଣି ଓଷା ଏକ ପାରମ୍ପାରିକ ଓଡ଼ିଆ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହା କୁଆଁରୀ ଓଡ଼ିଆ ଝିଅ ଦେଇ ଓଡ଼ିଶାରେ ପାଳନ କରାଯାଇଥାଏ । ଏଥିରେ ଖୁଦୁରୁକୁଣି (ମା ମଙ୍ଗଳା ବା ଦୁର୍ଗା)ଙ୍କର ପୂଜା ଅର୍ଚନା କରାଯାଇଥାଏ ।[୧]

ଖୁଦୁରୁକୁଣି ଓଷା

ଖୁଦରଙ୍କୁଣି

ନାମଖୁଦୁରୁକୁଣି ଓଷାଅନ୍ୟ ନାମଖୁଦୁରୁକୁଣି, ଖୁଦରଙ୍କୁଣିପାଳନକାରୀକୁଆଁରୀ ଓଡ଼ିଆ ଝିଅବିଶେଷତାତଅପୋଇଙ୍କ ସ୍ମୃତି ଆବାହନପର୍ବ ପାଳନପୂଜା, ବନ୍ଦାପନାଆରମ୍ଭଭାଦ୍ରବ ମାସ ପ୍ରଥମ ରବିବାର୨୦୧୮ ତାରିଖ୦୨ ସେପ୍ଟେମ୍ବର୨୦୧୯ ତାରିଖ୧୮ ଅଗଷ୍ଟ

ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣିଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।