ଭଗୀରଥ ଦାସ

ଉଇକିପିଡ଼ିଆ‌ରୁ
ଭଗୀରଥ ଦାସ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପର ଅଧିକାରୀଉତ୍ସବ ଚରଣ ଜେନା
ନିର୍ବାଚନ ମଣ୍ଡଳୀଶିମୂଳିଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1928-10-28) ୨୮ ଅକ୍ଟୋବର ୧୯୨୮ (ବୟସ ୯୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସାବିତ୍ରୀ ଦେଇ
ସନ୍ତାନ୫ ପୁଅ, ୨ ଝିଅ
ବାପା/ବୋଉଫକୀର ଦାସ (ବାପା)
ବୃତ୍ତିରାଜନୀତିଜ୍ଞ

ଭଗୀରଥ ଦାସ (ଜନ୍ମ: ୨୮ ସେପ୍ଟେମ୍ବର ୧୯୨୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ଭଗୀରଥ ଦାସ ୧୯୨୮ ମସିହାର ଅକ୍ଟୋବର ମାସ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୨] ତାଙ୍କ ବାପାଙ୍କ ନାମ ଫକୀର ଦାସ ।[୨] ଭଗୀରଥଙ୍କର ଶିକ୍ଷାଗତ ଯୋଗ୍ୟତା ହେଉଛି କଳାରେ ଇଣ୍ଟରମିଡିଏଟ୍ ।[୧] ସେ ସବିତ୍ରୀ ଦେଇଙ୍କୁ ବିବାହ କରିଥିଲେ ।[୩] ଏହି ଦମ୍ପତ୍ତିଙ୍କର ୫ଟି ପୁଅ ଓ ୨ଟି ଝିଅ ଅଛନ୍ତି ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଭଗୀରଥ ଦାସ ୧୯୬୧ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ଏହି ବିଧାନ ସଭାରେ ସେ ୧୯୬୧ ମସିହାରୁ ୧୯୬୭ ମସିହାଯାଏଁ କାର୍ଯ୍ୟ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Bhagiratha Das". odishaassembly.nic.in. Odisha Assembly. Retrieved 25 April 2019.
  2. ୨.୦ ୨.୧ "MLA Bhagiratha Das Profile | SIMULIA Constituency". naveenpatnaik.com. Archived from the original on 2017-10-28. Retrieved 2019-04-27.
  3. "MLA Bhagiratha Das Profile | SIMULIA Constituency". www.odishahelpline.com. Retrieved 2019-04-27.