ଭାଗିରଥୀ ସେଠୀ
ଭାଗିରଥୀ ସେଠୀ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ୨୦୨୪ | |
ପୂର୍ବ ଅଧିକାରୀ | ମାୟାଧର ଜେନା |
ପର ଅଧିକାରୀ | ଅଭିମନ୍ୟୁ ସେଠୀ |
ନିର୍ବାଚନ ମଣ୍ଡଳୀ | ଆନନ୍ଦପୁର |
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | ଜୟଦେବ ଜେନା |
ପର ଅଧିକାରୀ | ମାୟାଧର ଜେନା |
ନିର୍ବାଚନ ମଣ୍ଡଳୀ | ଆନନ୍ଦପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୭ ଜାନୁଆରୀ ୧୯୫୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ ଜନତା ପାର୍ଟି |
ସନ୍ତାନ | ୧ ପୁଅ ୧ ଝିଅ |
ବାପା/ବୋଉ | ପୋକ ସେଠୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭାଗିରଥୀ ସେଠୀ (ଜନ୍ମ: ୨୭ ଜାନୁଆରୀ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ରାଜନୀତିରେ ସେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ପରିବାର ଓ ଶିକ୍ଷା
[ସମ୍ପାଦନା]ଭାଗିରଥୀ ସେଠୀ ୧୯୫୫ ମସିହାର ଜାନୁଆରୀ ମାସ ୨୭ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପୋକ ସେଠୀ । ଭାଗିରଥୀଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।
ରାଜନୈତିକ ଜୀବନ
[ସମ୍ପାଦନା]ଭାଗିରଥୀ ସେଠୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।
୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାଗିରଥି ସେଠୀ ପ୍ରଥମେ ଜନତା ଦଳର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ | ଏହି ନିର୍ବାଚନରେ ସେ ସମୁଦାୟ ୫୧,୫୭୫ ଖଣ୍ଡ ଭୋଟ ପାଇ ପରାଜିତ ହୋଇଥିଲେ । ଏହି ନିର୍ବାଚନରେ କଂଗ୍ରେସର ଦଳର ପ୍ରାର୍ଥୀ ଜୟଦେବ ଜେନା ସମୁଦାୟ ୫୯,୫୭୨ ଖଣ୍ଡ ଭୋଟ ପାଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାଗିରଥୀ ସ୍ୱାଧୀନ ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୧୨,୪୪୦ ଖଣ୍ଡ ଭୋଟ ପାଇ ପରାଜିତ ହୋଇଥିଲେ ।[୨] ଏହି ନିର୍ବାଚନରେ କଂଗ୍ରେସର ଦଳର ପ୍ରାର୍ଥୀ ଜୟଦେବ ଜେନା ସମୁଦାୟ ୬୯,୦୩୨ ଖଣ୍ଡ ଭୋଟ ପାଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]
୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାଗିରଥୀ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୭୨,୭୬୫ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜୟଦେବ ଜେନାଙ୍କୁ ୨୩,୮୦୫ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୩] ଏହି ବିଧାନ ସଭାରେ ସେ ୨୦୦୯ ମସିହାରୁ ୨୦୧୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।
୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାଗିରଥୀ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ପୁଣିଥରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୮୯ ,୮୫୦ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜୟଦେବ ଜେନାଙ୍କୁ ୪୪,୧୯୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।
ଆଧାର
[ସମ୍ପାଦନା]- ↑ "Shri Bhagirathi Sethy". odishaassembly.nic.in. Odisha Assembly. Retrieved 9 July 2019.
- ↑ ୨.୦ ୨.୧ "Orissa 2004". Election Commission of India (in Indian English). Retrieved 2019-06-27.
- ↑ ୩.୦ ୩.୧ "Orissa 2009". Election Commission of India (in Indian English). Retrieved 2019-06-27.