ଭାଗୀରଥି ବଡ଼ଜେନା
Appearance
ଭାଗୀରଥି ବଡ଼ଜେନା | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପର ଅଧିକାରୀ | ପ୍ରିୟଦର୍ଶୀ ମିଶ୍ର |
ନିର୍ବାଚନ ମଣ୍ଡଳୀ | ଭୁବନେଶ୍ୱର (ଉତ୍ତର) |
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | ବିଭୂତି ଭୂଷଣ ବଳବନ୍ତରାୟ |
ପର ଅଧିକାରୀ | ସୁରେଶ କୁମାର ରାଉତରାୟ |
ନିର୍ବାଚନ ମଣ୍ଡଳୀ | ଜଟଣୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୮ ଅଗଷ୍ଟ ୧୯୫୧ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ସବିତା ବଡ଼ଜେନା |
ବାପା/ବୋଉ | ରଘୁନାଥ ବଡ଼ଜେନା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭାଗୀରଥି ବଡ଼ଜେନା (ଜନ୍ମ: ୨୮ ଅଗଷ୍ଟ ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଭାଗୀରଥି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଉତ୍ତର ଓ ଜଟଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଭାଗୀରଥି ବଡ଼ଜେନା ୧୯୫୧ ମସିହାର ଅଗଷ୍ଟ ମାସ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ରଘୁନାଥ ବଡ଼ଜେନା ଏବଂ ପତ୍ନୀଙ୍କ ନାମ ସବିତା ବଡ଼ଜେନା ।[୧] ଭାଗୀରଥିଙ୍କ ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଭାଗୀରଥି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]