ଭାରତର ଜାତୀୟ ପତାକା

ଉଇକିପିଡ଼ିଆ ରୁ
ସିଧାସଳଖ ଯିବେ ଦିଗବାରେଣିକୁ, ଖୋଜିବେ

ଭାରତ
ତିରଙ୍ଗା
Flag of India.svg
Name ତ୍ରିରଙ୍ଗା
Use National flag National flag IFIS Normal.svg
Proportion ୨:୩
Adopted ୨୨ଜୁଲାଇ ୧୯୪୭
Design Horizontal tricolour flag (deep saffron, white, and green). In the centre of the white is a navy blue wheel with 24 spokes
Designed by ପିଙ୍ଗାଲି ଭେଙ୍କୟା

ଇତିହାସ[ସମ୍ପାଦନା]

ଏହା ୧୯୪୭ ମସିହା ଜୁଲାଇ ୨୨ ତାରିଖରେ ପିଙ୍ଗଳି ଭେଙ୍କୟାଙ୍କ ଦ୍ଵାରା ପ୍ରସ୍ତୁତ ହୋଇଥିଲା ।

ଅତୀତରେ ବହୁ ପରିବର୍ତ୍ତନ ଘଟିବା ପରେ ଶେଷରେ ସ୍ୱାଧୀନ ଭାରତର ଜାତୀୟ ପତାକା ଭାବେ ତ୍ରିରଙ୍ଗାକୁ ଗ୍ରହଣ କରାଯାଇଛି । ଭାରତର ପ୍ରଥମ ଜାତୀୟ ପତାକା ୭ ଅଗଷ୍ଟ ୧୯୦୬ରେ କଲକାତାସ୍ଥିତ ପାର୍ସି ବାଗାନ ଛକ (ଗ୍ରୀନ ପାର୍କ)ରେ ଉତ୍ତୋଳନ କରାଯାଇଥିବା କୁହାଯାଏ । ସେତେବେଳେ ଏହି ପତାକାର ରଙ୍ଗ ଲାଲ, ହଳଦି ଓ ସବୁଜ ଥିଲା । ଦ୍ୱିତୀୟ ଜାତୀୟ ପତାକା ଜର୍ମାନୀର ଷ୍ଟୁଟଗାର୍ଟ ସହରରେ ୨୨ ଅଗଷ୍ଟ ୧୯୦୭ରେ ଉତ୍ତୋଳନ କରାଯାଇଥିଲା । ଏହାକୁ ସେତେବେଳେ ସପ୍ତର୍ଷି ପତାକା କୁହାଯାଉଥିଲା । ୧୯୦୬ ପତାକାଠାରୁ ଦେଖିବାକୁ ଏହା ଟିକେ ଭିନ୍ନ ଥିଲା । ଏହି ପତାକାର ଉପରେ ପଦ୍ମ ଚିହ୍ନ ଓ ସପ୍ତର୍ଷିଙ୍କୁ ଦର୍ଶାଉ ଥିବା ୭ଟି ତାରା ଥିଲା । ୧୯୧୭ରେ ୩ୟ ଥର ପାଇଁ ପତାକାର ପରିବର୍ତ୍ତନ ହୋଇଥିଲା । ଡ. ଆନିବେଶାନ୍ତଙ୍କ "ହୋମ ରୁଲ୍‍' ଆନ୍ଦୋଳନ ସମୟରେ ପତାକାର ରଙ୍ଗ ଲାଲ ଓ ସବୁଜ ରଙ୍ଗ ଥିଲା । ୧୯୨୧ ମସିହାରେ ଆନ୍ଧ୍ର ପ୍ରଦେଶର ବିଜୟୱାଡାରେ ଜାତୀୟ କଂଗ୍ରେସ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା । ପିଙ୍ଗଳି ଭେଙ୍କୟା ନାମକ ଆନ୍ଧ୍ର ପ୍ରଦେଶର ଜଣେ ଯୁବକ ଭାରତୀୟ ଜାତୀୟ ପତାକାର ଏକ ଡିଜାଇନ ପ୍ରସ୍ତୁତ କରି ମହାତ୍ମା ଗାନ୍ଧୀଙ୍କୁ ପ୍ରଦାନ କରିଥିଲେ । ଏହି ପତାକାରେ ଲାଲ ଓ ସବୁଜ ଏହିପରି ୨ଟି ରଙ୍ଗ ଥିଲା । ଏହି ଦୁଇ ରଙ୍ଗ ହିନ୍ଦୁ ଓ ମୁସଲମାନ୍‍ ଦୁଇ ପ୍ରମୁଖ ଧର୍ମର ପ୍ରତୀକ ଥିଲା । ତେବେ ଏହି ଦୁଇ ସମ୍ପ୍ରଦାୟକୁ ଛାଡି ଅନ୍ୟ ଧର୍ମାବଲମ୍ବିଙ୍କ ପାଇଁ ମଝିରେ ଧଳା ରଙ୍ଗ ଦେବାକୁ ଗାନ୍ଧିଜୀ ପ୍ରସ୍ତାବ ଦେଇଥିଲେ । ୧୯୩୧ରେ କେଶରୀ, ଧଳା ଓ ସବୁଜ ରଙ୍ଗରେ ଜାତୀୟ ପତାକା ତିଆରି କରାଯାଇଥିଲା । ପତାକାର ମଝିରେ ଅରଟ ଚିହ୍ନ ଥିଲା । ତେବେ ଏହି ପତାକାର ପରିବର୍ତ୍ତନ କରାଯାଇଥିଲା । ଶେଷରେ ପତାକାର ଶୀର୍ଷ ଭାଗରେ କେଶରୀ, ମଝିରେ ଧଳା ଓ ନିମ୍ନ ଭାଗ ଘନ ସବୁଜ ରଙ୍ଗ ଓ ସମସ୍ତ ରଙ୍ଗ ସମାନ ପ୍ରକାକାର ଆୟତନରେ ସଜ୍ଜିତ ହେବା ଆବଶ୍ୟକ ବୋଲି ମତ ପ୍ରକାଶ ପାଇଥିଲା । ପତାକାର ମଝିରେ ୨୪ଟି ଅର ବିଶିଷ୍ଟ ନୀଳ ରଙ୍ଗର ଚକ୍ର ରହିବା ଆବଶ୍ୟକ । ଏହି ଆକୃତିର ପତାକାକୁ ୨୨ ଜୁଲାଇ ୧୯୪୭ରେ ସାମ୍ବିଧାନିକ କମିଟି ଗ୍ରହଣ କରି ନେଇଥିଲା । ସେହିଦିନ ଠାରୁ ଭାରତର ଜାତୀୟ ପତାକାକୁ ତ୍ରିରଙ୍ଗା କୁହାଯାଉଛି ।

ରଙ୍ଗ ଓ ଆକାର[ସମ୍ପାଦନା]

ଏହି ପତାକାର ଉପରେ ନାରଙ୍ଗୀ, ମଝିରେ ଧଳା ଓ ତଳେ ସବୁଜ ରହିଛି । ମଝିରେ ଥିବା ଧଳା ରଙ୍ଗ ଉପରେ ୨୪ ଅଖ ଥିବା ଅଶୋକ ଚକ୍ର ମଧ୍ୟ ରହିଛି । ପତାକାର ଉପରେ ଥିବା କେଶରୀ ରଙ୍ଗ ଦେଶବାସୀଙ୍କ ସାହସ ଓ ବୀରତ୍ୱକୁ ସୂଚାଇ ଥାଏ । ସେହିରି ମଝିରେ ଥିବା ଧଳା ରଙ୍ଗ ସତ୍ୟ ଓ ଶାନ୍ତିର ପ୍ରତୀକ ଏବଂ ନିମ୍ନରେ ଥିବା ଘନ ସବୁଜ ରଙ୍ଗ ଭ୍ରାତୃତ୍ୱର ପ୍ରତୀକ ବହନ କରେ । ମଝିରେ ଥିବା ଅଶୋକ ଚକ୍ର ଦେଶର ପ୍ରଗତିକୁ ସୂଚାଇ ଥାଏ । ପତାକାର ମଝିରେ ଶୋଭା ପାଉଥିବା ଅଶୋକ ଚକ୍ର ବା ଧର୍ମ ଚକ୍ର ଦେଶ ପ୍ରଗତିର ପ୍ରତୀକ । ଏଥିରୁ ନାଗରିକଙ୍କୁ ଦେଶ ଭକ୍ତିର ପ୍ରେରଣା ମିଳିଥାଏ । ମୌର୍ଯ୍ୟ ସମ୍ରାଟ ଅଶୋକ ସାରନାଥ ଠାରେ ଏକ ସିଂହ ସହ ଏହି ଚକ୍ରର ନିର୍ମାଣ କରିଥିଲେ ।

ଜାତୀୟ ପତାକା ଉଡ଼ାଇବା ବିଧ[ସମ୍ପାଦନା]

୨୬ ଜାନୁୟାରୀ ୨୦୦୨ରେ ଜାତୀୟ ପତାକା କୋଡରେ ସଂଶୋଧନ କରାଯାଇଥିଲା । ଜଣେ ନାଗରିକ ବା ଯେକୌଣସି ସରକାରୀ ଓ ବେସରକାରୀ ଅନୁଷ୍ଠାନ ଜାତୀୟ ପତାକା ଉଡ଼ାଇବାକୁ ଚାହୁଁଥିଲେ ନିମ୍ନୋକ୍ତ ନିୟମ ଅନୁକରଣ କରିବା ଉଚିତ୍‍:

  • ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ସରକାରୀ, ବେସରକାରୀ କାର୍ଯ୍ୟାଳୟ ଯେକୌଣସି ଦିନ ପତାକା ଉତ୍ତୋଳନ କରିାରିବେ । ପତାକାର ଗରିମା ଯେପରି କ୍ଷୁଣ୍ଣ ନହୁଏ ସେଥିପ୍ରତି ଧ୍ୟାନ ଦେବା ଆବଶ୍ୟକ ।
  • ବିଦେଶୀ ନାଗରିକମାନେ ମଧ୍ୟ ଭାରତ ମଧ୍ୟରେ ପତାକା ଉତ୍ତୋଳନ କରିାରିବେ । ସେମାନଙ୍କ ଘର ବା କାର୍ଯ୍ୟାଳୟ ଉପରେ ପତାକା ଲଗାଇ ପାରିବେ ।
  • କୌଣସି ନିର୍ଦିଷ୍ଟ ସମ୍ପ୍ରଦାୟ ପୃଥକ୍‍ ଭାବେ ଜାତୀୟ ପତାକା ବ୍ୟବହାର କରିପାରିବେ ନାହିଁ । ଏହା ବ୍ୟତୀତ ଜାତୀୟ ପତାକାରେ କୌଣସି ପୋଷାକ କିମ୍ବା ଅନ୍ୟ ବ୍ୟବହୃତ ବା ପରିଧାନ ସାମଗ୍ରୀ ପ୍ରସ୍ତୁତ କରିବା ଉଚିତ୍‍ ନୁହେଁ । ପାଗ ଯେପରି ହେଉ ନା କାହିକି ସୂର୍ଯ୍ୟୋଦୟ ପରଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଜାତୀୟ ପତାକା ଉଡ଼ାଇବା ବିଧି ରହିଛି ।
  • ପତାକାକୁ ଭୂମିରେ ଛୁଆଁଇବା କିମ୍ବା ପାଣିରେ ବୁଡ଼ାଇବା ବେଆଇନ । କୌଣସି ଗାଡି, ଗ୍ରେନ, ପାଣି ଜାହାଜ ଓ ଉଡ଼ାଜାହାଜରେ ଜାତୀୟ ପତାକା ଲଗାଇବା ଉଚିତ୍‍ ନୁହେଁ । ପତାକାଠାରୁ ଉଚ୍ଚରେ ଅନ୍ୟ କୌଣସି ଜିନିଷ ରଖିବା ବେଆଇନ ।
  • ଖଦି କିମ୍ବା ହସ୍ତତନ୍ତରେ ଜାତୀୟ ପତାକା ତିଆରି ହେବା ଆବଶ୍ୟକ । ଅନ୍ୟ କୌଣସି ସାମଗ୍ରୀରେ ପତାକା ପ୍ରସ୍ତୁତ କରିବା ବେଆଇନ । ଏଥିାଇଁ ଜୋରିମାନା ସହ ୩ ବର୍ଷ ଜେଲ ହୋଇପାରେ ।

ଆଧାର[ସମ୍ପାଦନା]