ଭାସ୍କର ମଢ଼େଇ
ଭାସ୍କର ମାଢ଼େଇ | |
---|---|
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୯ | |
ପୂର୍ବ ଅଧିକାରୀ | ରାବଣେଶ୍ୱର ମଢ଼େଇ |
ପର ଅଧିକାରୀ | ଶ୍ରୀନାଥ ସୋରେନ |
ନିର୍ବାଚନ ମଣ୍ଡଳୀ | ଉଦଳା |
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ଗୋଲକ ବିହାରୀ ନାଏକ |
ନିର୍ବାଚନ ମଣ୍ଡଳୀ | ଉଦଳା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ଜୁନ ୧୯୬୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ବାସନ୍ତୀ ମଢ଼େଇ |
ବାପା/ବୋଉ | ଭୁକିଳ ମଢ଼େଇ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭାସ୍କର ମାଢ଼େଇ (ଜନ୍ମ: ୫ ଜୁନ ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ଶ୍ରୀନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦, ୨୦୦୪ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ଭାସ୍କର ୧୯୬୯ ମସିହାର ଜୁନ ମାସ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଭୁକିଳ ମଢ଼େଇ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ବାସନ୍ତୀ ମଢ଼େଇ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଭାସ୍କର ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପୂର୍ବରୁ ତିନିଥର କାର୍ଯ୍ୟ କରିଛନ୍ତି ଏବଂ ବର୍ତ୍ତମାନ ୧୭ଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ ଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୬୬,୪୦୧ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ଶ୍ରୀନାଥ ସୋରେନଙ୍କୁ ୬,୫୧୭ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Bhaskar Madhei". odishaassembly.nic.in. Odisha Assembly. Retrieved 2 September 2019.
- ↑ "General Election to Assembly Constituencies 2024: Udala (Odisha)". Election Commission of India. Retrieved 11 June 2024.