ଭିକାରୀ ଘାସି
ଭିକାରୀ ଘାସି | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପର ଅଧିକାରୀ | ବନମାଳି ବାବୁ |
ନିର୍ବାଚନ ମଣ୍ଡଳୀ | ସମ୍ବଲପୁର |
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ନିର୍ବାଚନ ମଣ୍ଡଳୀ | ସମ୍ବଲପୁର-ରେଢ଼ାଖୋଲ (ଯୁଗ୍ମ) |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜାନୁଆରୀ ୧୯୧୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ଅନୁପମା ସୁନା |
ବାପା/ବୋଉ | ସବା ସୁନା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭିକାରୀ ଘାସି (ଜନ୍ମ: ୧ ଜାନୁଆରୀ ୧୯୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ ସମ୍ବଲପୁର-ରେଢ଼ାଖୋଲ ଯୁଗ୍ମ ଓ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଭିକାରୀ ୧୯୧୦ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସବା ସୁନା ଓ ପତ୍ନୀଙ୍କ ନାମ ଅନୁପମା ସୁନା । ତାଙ୍କ ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ଭିକାରୀ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୨]
ଭିକାରୀ ୧୯୫୨ ମସିହାରେ ସ୍ୱାଧୀନ ଭାରତର ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସମ୍ବଲପୁର-ରେଢ଼ାଖୋଲ ଯୁଗ୍ମ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ଶ୍ରଦ୍ଧାକର ସୁପକାରଙ୍କ ସହ ବିଜୟୀ ହୋଇ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବଚିତ ହୋଇଥିଲେ ।[୩] ଏହି ବିଧାନ ସଭାରେ ସେ ୧୯୫୨ ମସିହାରୁ ୧୯୫୭ ଯାଏଁ ବିଧାନ ସଭାର କାର୍ଯ୍ୟକାଳ ଶେଷ ହେବାଯାଏଁ କାର୍ଯ୍ୟ କରିଥିଲେ ।[୨]
ଆଧାର
[ସମ୍ପାଦନା]- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ ୨.୨ "Shri Bhikari Ghasi". odishaassembly.nic.in. Odisha Assembly. Retrieved 29 August 2020.
- ↑ "'ଯୋଡ଼ିବଳଦ'କୁ ଘାଇଲା କଲା 'ଧନୁ ଓ ତୀର' | Sambad". ସମ୍ବାଦ. sambad.in. 12 April 2019. Archived from the original on 30 August 2020. Retrieved 30 August 2020.