ଭିକାରୀ ସୁନା
ଦେଖଣା
ଭିକାରୀ ସୁନା | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପୂର୍ବ ଅଧିକାରୀ | ଭାନୁ ଗଙ୍ଗ ତ୍ରିଭୁବନ ଦେବ |
ପର ଅଧିକାରୀ | ଅଭିମନ୍ୟୁ କୁମ୍ଭାର |
ନିର୍ବାଚନ ମଣ୍ଡଳୀ | ରେଢ଼ାଖୋଲ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୨ ସେପ୍ଟେମ୍ବର ୧୯୭୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ଅନ୍ନପୂର୍ଣ୍ଣା ସୁନା |
ବାପା/ବୋଉ | ଲବ ସୁନା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭିକାରୀ ସୁନା (ମୃତ୍ୟ: ୧୨ ସେପ୍ଟେମ୍ବର ୧୯୭୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଭିକାରୀ ସୁନାଙ୍କ ବାପାଙ୍କ ନାମ ଲବ ସୁନା ଓ ପତ୍ନୀଙ୍କ ନାମ ଅନ୍ନପୂର୍ଣ୍ଣା ସୁନା । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ଭିକାରୀ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]
ମୃତ୍ୟୁ
[ସମ୍ପାଦନା]ଭିକାରୀ ସୁନା ୧୯୭୯ ମସିହାର ସେପ୍ଟେମ୍ବର ମାସ ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨]
ଆଧାର
[ସମ୍ପାଦନା]- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ ୨.୨ "Shri Bhikhari Suna". odishaassembly.nic.in. Odisha Assembly. Retrieved 7 September 2020.