ଭୁବନାନନ୍ଦ ଜେନା
ଭୁବନାନନ୍ଦ ଜେନା | |
---|---|
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ପୂର୍ବ ଅଧିକାରୀ | ମକର ସେଠୀ |
ପର ଅଧିକାରୀ | ମକର ସେଠୀ |
ନିର୍ବାଚନ ମଣ୍ଡଳୀ | ଆନନ୍ଦପୁର |
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପୂର୍ବ ଅଧିକାରୀ | ମକର ସେଠୀ |
ପର ଅଧିକାରୀ | ମକର ସେଠୀ |
ନିର୍ବାଚନ ମଣ୍ଡଳୀ | ଆନନ୍ଦପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଜାନୁଆରୀ ୬, ୧୯୩୭ |
ମୃତ୍ୟୁ | ୪ ଡିସେମ୍ବର ୨୦୧୧ | (ବୟସ ୭୪)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନ କଂଗ୍ରେସ |
ଜୀବନ ସାଥୀ | ବୁଲଲତା ଜେନା |
ସନ୍ତାନ | ୧ ପୁଅ, ୧ ଝିଅ |
ବାପା/ବୋଉ | ଘନ ଜେନା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭୁବନାନନ୍ଦ ଜେନା (୬ ଜାନୁଆରୀ ୧୯୩୭ - ୪ ଡିସେମ୍ବର ୨୦୧୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଓଡ଼ିଶା ରାଜନୀତିରେ ସେ ଭାରତୀୟ ଜାତୀୟ କଂଗ୍ରେସ ଓ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୬୭ ଓ ୧୯୭୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ପରିବାର ଓ ଶିକ୍ଷା
[ସମ୍ପାଦନା]ଭୁବନାନନ୍ଦ ଜେନା ୧୯୩୭ ମସିହାର ଜାନୁଆରୀ ମାସ ୬ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଘନ ଜେନା । ତାଙ୍କର ପତ୍ନୀଙ୍କ ନାମ ବୁଲଲତା ଜେନା । ଭୁବନାନନ୍ଦଙ୍କର ୧ ପୁଅ ଓ ୧ ଝିଅଙ୍କ ସମେତ ସମୁଦାୟ ସନ୍ତାନସନ୍ତତି ସଂଖ୍ୟା ଥିଲା ୨ ।
ରାଜନୈତିକ ଜୀବନ
[ସମ୍ପାଦନା]ଭୁବନାନନ୍ଦ ଜେନା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୨ଥର କାର୍ଯ୍ୟ କରିଥିଲେ ।
ଭୁବନାନନ୍ଦ ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ଜନ କଂଗ୍ରେସର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୮,୩୩୮ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ଏହି ବିଧାନ ସଭାରେ ସେ ୧୯୬୭ ମସିହାରୁ ୧୯୭୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
୧୯୭୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭୁବନାନନ୍ଦ ଜନ କଂଗ୍ରେସର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨,୨୦୧ ଖଣ୍ଡ ଭୋଟ ପାଇ ୪ର୍ଥ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୩]
୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନ ନିର୍ବାଚନରେ ଭୁବନାନନ୍ଦ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ପୁଣିଥରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୧୨,୦୭୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୪] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଶିବ ଚରଣ ସେଠୀଙ୍କୁ ୪,୨୩୦ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୪] ଏହି ବିଧାନ ସଭାରେ ସେ ୧୯୭୪ ମସିହାରୁ ୧୯୭୭ ମସିହାରେ ବିଧାନ ସଭା ଭଙ୍ଗ ହେବାଯାଏଁ କାର୍ଯ୍ୟ କରିଥିଲେ ।
୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନ ନିର୍ବାଚନରେ ଭୁବନାନନ୍ଦ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪,୯୬୬ ଖଣ୍ଡ ଭୋଟ ପାଇ ପରାଜିତ ହୋଇଥିଲେ ।[୫] ଜନତା ପାର୍ଟିର ବିଜୟୀ ପ୍ରାର୍ଥୀ ମକର ସେଠୀ ତାଙ୍କୁ ୬,୫୧୯ ଖଣ୍ଡ ଭୋଟରେ ପରାସ୍ତ କରି ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୫]
ମୃତ୍ୟୁ
[ସମ୍ପାଦନା]ଭୁବନାନନ୍ଦ ଜେନା ୨୦୧୧ ମସିହାର ଡିସେମ୍ବର ମାସ ୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Late Bhubanananda Jena". odishaassembly.nic.in. Odisha Assembly. Retrieved 6 July 2019.
- ↑ "Orissa 1967". Election Commission of India (in Indian English). Retrieved 2019-06-27.
- ↑ "Orissa 1971". Election Commission of India (in Indian English). Retrieved 2019-06-27.
- ↑ ୪.୦ ୪.୧ "Orissa 1974". Election Commission of India (in Indian English). Retrieved 2019-06-27.
- ↑ ୫.୦ ୫.୧ "Orissa 1977". Election Commission of India (in Indian English). Retrieved 2019-06-27.