ଭୂପାଳ ଚନ୍ଦ୍ର ମହାପାତ୍ର
ଭୂପାଳ ଚନ୍ଦ୍ର ମହାପାତ୍ର | |
---|---|
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୯୦ | |
ପୂର୍ବ ଅଧିକାରୀ | ମହେଶ୍ୱର ବାଗ |
ପର ଅଧିକାରୀ | ରଘୁନାଥ ମହାନ୍ତି |
ନିର୍ବାଚନ ମଣ୍ଡଳୀ | ବସ୍ତା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ମାର୍ଚ୍ଚ ୧୯୩୧ |
ମୃତ୍ୟୁ | ୩ ଫେବୃଆରୀ ୨୦୧୫ | (ବୟସ ୮୩)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ସୁଲୋଚନା ମହାପାତ୍ର |
ସନ୍ତାନ | ୩ ପୁଅ, ୩ ଝିଅ |
ବାପା/ବୋଉ | ରାଧା କୃଷ୍ଣ ମହାପାତ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭୂପାଳ ଚନ୍ଦ୍ର ମହାପାତ୍ର (୧ ମାର୍ଚ୍ଚ ୧୯୩୧ - ୩ ଫେବୃଆରୀ ୨୦୧୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୮୦ ଓ ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ଭୂପାଳ ଚନ୍ଦ୍ର ମହାପାତ୍ର ୧୯୩୧ ମସିହାର ମାର୍ଚ୍ଚ ମାସ ୧ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଧାକୃଷ୍ଣ ମହାପାତ୍ର । ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ରୁ କମ ଥିଲା । ଭୂପାଳଙ୍କର ପତ୍ନୀଙ୍କ ନାମ ସୁଲୋଚନା ମହାପାତ୍ର । ତାଙ୍କର ୩ ପୁଅ ଓ ୩ ଝିଅଙ୍କ ସମେତ ସମୁଦାୟ ସନ୍ତାନ ସଂଖ୍ୟା ୬ ।
ରାଜନୈତିକ ଜୀବନ
[ସମ୍ପାଦନା]ଭୂପାଳ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଦୁଇଥର ବିଧାୟକ ଭାବରେ କାର୍ଯ୍ୟ କରିବା ସହ ଥରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
୧୯୮୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭୂପାଳ ଭାରତୀୟ ଜାତୀୟ କଂଗ୍ରେସ (ଇ)ର ପ୍ରାର୍ଥୀ ଭାବରେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୮୦ ମସିହାରୁ ୧୯୮୫ ମସିହାରେ ବିଧାନ ସଭାର କାର୍ଯ୍ୟକାଳ ଶେଷ ହେବାଯାଏଁ କାର୍ଯ୍ୟ କରିଥିଲେ ।
୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭୂପାଳ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ପୁଣିଥରେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୮୫ ମସିହାରୁ ୧୯୯୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।
୯ମ ଓଡ଼ିଶା ବିଧାନ ସଭାରେ ଭୂପାଳ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ରାଜ୍ୟ ଜଙ୍ଗଲ ବିଭାଗର ମନ୍ତ୍ରୀ ଭାବରେ ୧୩ ମାର୍ଚ୍ଚ ୧୯୮୫ରୁ ୨୨ ଜୁଲାଇ ୧୯୮୬ ଯାଏଁ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
[ସମ୍ପାଦନା]ଭୂପାଳ ୨୦୧୫ ମସିହାର ଫେବୃଆରୀ ମାସ ୩ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ "Late Bhupal Chandra Mohapatra". odishaassembly.nic.in. Odisha Assembly. Retrieved 21 June 2019.