ମନସିଦ ଏକ୍କା

ଉଇକିପିଡ଼ିଆ‌ରୁ
ମନସିଦ ଏକ୍କା
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀରବି ଦେହୁରୀ
ପର ଅଧିକାରୀଶଙ୍କର ଓରାମ
ନିର୍ବାଚନ ମଣ୍ଡଳୀରଘୁନାଥପାଲୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1946-01-06) ୬ ଜାନୁଆରୀ ୧୯୪୬ (ବୟସ ୭୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା
ଜୀବନ ସାଥୀଲୀଳାରାଣୀ ଏକ୍କା
ବାପା/ବୋଉଭୁରୁଙ୍ଗା ଏକ୍କା (ବାପା)
ବୃତ୍ତିରାଜନୀତିଜ୍ଞ

ମନସିଦ ଏକ୍କା (ଜନ୍ମ: ୬ ଜାନୁଆରୀ ୧୯୪୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଘୁନାଥପାଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ମନସିଦ ଏକ୍କା ୧୯୪୬ ମସିହାର ଜାନୁଆରୀ ମାସ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଭୁରୁଙ୍ଗା ଏକ୍କା ଓ ପତ୍ନୀଙ୍କ ନାମ ଲୀଳାରାଣୀ ଏକ୍କା ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ମନସିଦ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୨]

ଆଧାର[ସମ୍ପାଦନା]

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Retrieved 29 August 2020.
  2. ୨.୦ ୨.୧ "Shri Mansid Ekka". odishaassembly.nic.in. Odisha Assembly. Retrieved 30 October 2020.