ମାୟାଧର ଜେନା

ଉଇକିପିଡ଼ିଆ‌ରୁ
ମାୟାଧର ଜେନା
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ପୂର୍ବ ଅଧିକାରୀଭାଗିରଥୀ ସେଠୀ
ପର ଅଧିକାରୀଭାଗିରଥୀ ସେଠୀ
ନିର୍ବାଚନ ମଣ୍ଡଳୀଆନନ୍ଦପୁର
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ନିର୍ବାଚନ ମଣ୍ଡଳୀଆନନ୍ଦପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1954-04-06) ୬ ଅପ୍ରେଲ ୧୯୫୪ (ବୟସ ୬୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜନତା ପାର୍ଟି
ଜୀବନ ସାଥୀତ୍ରିବେଣୀ ଜେନା
ସନ୍ତାନ୧ ପୁଅ ୩ ଝିଅ
ବାପା/ବୋଉରାମ ଚନ୍ଦ୍ର ଜେନା (ବାପା)
ବୃତ୍ତିରାଜନୀତିଜ୍ଞ

ମାୟାଧର ଜେନା (ଜନ୍ମ: ୬ ଅପ୍ରେଲ ୧୯୫୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ରାଜନୀତିରେ ସେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପୂର୍ବରୁ ସେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୦ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପରିବାର ଓ ଶିକ୍ଷା[ସମ୍ପାଦନା]

ମାୟାଧର ଜେନା ୧୯୫୪ ମସିହାର ଅପ୍ରେଲ ମାସ ୬ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାମ ଚନ୍ଦ୍ର ଜେନା । ତାଙ୍କର ପତ୍ନୀଙ୍କ ନାମ ତ୍ରିବେଣୀ ଜେନା । ମାୟାଧରଙ୍କର ଗୋଟିଏ ପୁଅ ଓ ୩ଟି ଝିଅ ସମେତ ସମୁଦୟ ସନ୍ତାନ ସଂଖ୍ୟା ୪ ।

ରାଜନୈତିକ ଜୀବନ[ସମ୍ପାଦନା]

ମାୟାଧର ଜେନା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପ୍ରଥମେ ସେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମାୟାଧର ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୭,୪୯୨ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜୟଦେବ ଜେନାଙ୍କୁ ୪,୭୯୪ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମାୟାଧର ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୩,୮୨୬ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୩] ଏହି ନିର୍ବାଚନର ବିଜୟୀ ପ୍ରାର୍ଥୀ ଜୟଦେବ ଜେନା ତାଙ୍କୁ ୨୫,୨୦୬ ଖଣ୍ଡ ଭୋଟରେ ପରାସ୍ତ କରିଥ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩]

୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମାୟାଧର ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୮୨,୫୨୦ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୪] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜୟଦେବ ଜେନାଙ୍କୁ ୨୨,୨୨୪ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୪] ଏହି ବିଧାନ ସଭାରେ ସେ ୨୦୧୪ ମସିହାରୁ ୨୦୧୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର[ସମ୍ପାଦନା]

  1. "Shri Mayadhar Jena". odishaassembly.nic.in. Odisha Assembly. Retrieved 8 July 2019.
  2. ୨.୦ ୨.୧ "Orissa 2000". Election Commission of India (in Indian English). Retrieved 2019-06-27.
  3. ୩.୦ ୩.୧ "Orissa 2004". Election Commission of India (in Indian English). Retrieved 2019-06-27.
  4. ୪.୦ ୪.୧ "Orissa 2014". Election Commission of India (in Indian English). Retrieved 2019-06-27.