ମାୟାଧର ସେଠୀ
ମାୟାଧର ସେଠୀ | |
---|---|
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୯୦ | |
ପୂର୍ବ ଅଧିକାରୀ | କାଳନ୍ଦୀ ଚରଣ ବେହେରା |
ପର ଅଧିକାରୀ | କାଳନ୍ଦୀ ଚରଣ ବେହେରା |
ନିର୍ବାଚନ ମଣ୍ଡଳୀ | ସାଲେପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୮ ସେପ୍ଟେମ୍ବର ୧୯୪୨ |
ମୃତ୍ୟୁ | ୨୦ ଅପ୍ରେଲ ୨୦୦୫ | (ବୟସ ୬୨)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଉର୍ମିଳା କୁମାରୀ ସେଠୀ |
ବାପା/ବୋଉ | ବଳରାମ ସେଠୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମାୟାଧର ସେଠୀ (୧୮ ସେପ୍ଟେମ୍ବର ୧୯୪୨ - ୨୦ ଅପ୍ରେଲ ୨୦୦୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ମାୟାଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇରେ କାର୍ଯ୍ୟ କରିଥିଲେ । ୧୯୮୦ ଓ ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମାୟାଧର ସାଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ମାୟାଧର ସେଠୀ ୧୯୪୨ ମସିହାର ସେପ୍ଟେମ୍ବର ମାସ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବଳରାମ ସେଠୀ ଏବଂ ପତ୍ନୀଙ୍କ ନାମ ଉର୍ମିଳା କୁମାରୀ ସେଠୀ । ମାୟାଧରଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ବିଜ୍ଞାନରେ ସ୍ନାତକ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ମାୟାଧର ସେଠୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୨]
ମୃତ୍ୟୁ
[ସମ୍ପାଦନା]ମାୟାଧର ସେଠୀ ୨୦୦୫ ମସିହାର ଅପ୍ରେଲ ମାସ ୨୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ ୨.୨ "Shri Mayadhar Sethi". odishaassembly.nic.in. Odisha Assembly. Retrieved 24 November 2019.