ରଘୁନାଥ ସାହୁ

ଉଇକିପିଡ଼ିଆ‌ରୁ
ରଘୁନାଥ ସାହୁ
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀବିଭୂତି ଭୂଷଣ ହରିଚନ୍ଦନ
ପର ଅଧିକାରୀବିଭୂତି ଭୂଷଣ ହରିଚନ୍ଦନ
ନିର୍ବାଚନ ମଣ୍ଡଳୀଚିଲିକା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1949-02-15) ୧୫ ଫେବୃଆରୀ ୧୯୪୯ (ବୟସ ୭୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀସରସ୍ୱତୀ ସାହୁ
ବାପା/ବୋଉକାଳୀ ସାହୁ (ବାପା)
ବୃତ୍ତିରାଜନୀତିଜ୍ଞ

ରଘୁନାଥ ସାହୁ (ଜନ୍ମ: ୧୫ ଫେବୃଆରୀ ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ରଘୁନାଥ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଚିଲିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ରଘୁନାଥ ସାହୁ ୧୯୪୯ ମସିହାର ଫେବୃଆରୀ ମାସ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ କାଳୀ ସାହୁ ଏବଂ ପତ୍ନୀଙ୍କ ନାମ ସରସ୍ୱତୀ ସାହୁ ।[୧] ରଘୁନାଥଙ୍କ ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରଘୁନାଥ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Shri Raghunath Sahu". odishaassembly.nic.in. Odisha Assembly. Retrieved 22 May 2020.