ରଜନୀକାନ୍ତ ସିଂହ
ରଜନୀ କାନ୍ତ ସିଂହ | |
---|---|
![]() | |
ବିଧାୟକ: ୧୩ଶ, ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ଅଦ୍ୱୈତ ପ୍ରସାଦ ସିଂହ |
ନିର୍ବାଚନ ମଣ୍ଡଳୀ | ଅନୁଗୋଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଅପ୍ରେଲ ୧୯୫୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ସଂଜୁକ୍ତା ସିଂହ |
ବାପା/ବୋଉ | ଅଦ୍ୱୈତ ପ୍ରସାଦ ସିଂହ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରଜନୀ କାନ୍ତ ସିଂହ (ଜନ୍ମ: ୧ ଅପ୍ରେଲ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ରଜନୀକାନ୍ତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]
ରଜନୀ କାନ୍ତ ସିଂହ ୧୯୫୫ ମସିହାର ଅପ୍ରେଲ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅଦ୍ୱୈତ ପ୍ରସାଦ ସିଂହ ଓ ପତ୍ନୀଙ୍କ ନାମ ସଂଜୁକ୍ତା ସିଂହ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ।[୧]
ରାଜନୈତିକ ଜୀବନ[ସମ୍ପାଦନା]
ରଜନୀକାନ୍ତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରୁଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]
ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ଅନୁଗୋଳ | ବିଜୁ ଜନତା ଦଳ |
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ଅନୁଗୋଳ | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ଅନୁଗୋଳ | ବିଜୁ ଜନତା ଦଳ |
୨୦୧୯ | -- | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ଅନୁଗୋଳ | ବିଜୁ ଜନତା ଦଳ |