ରତ୍ନାକର ମହାନ୍ତି
ରତ୍ନାକର ମହାନ୍ତି | |
---|---|
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | ଯୁଗଳ କିଶୋର ପଟ୍ଟନାୟକ |
ପର ଅଧିକାରୀ | ଯୁଗଳ କିଶୋର ପଟ୍ଟନାୟକ |
ନିର୍ବାଚନ ମଣ୍ଡଳୀ | ଭଦ୍ରକ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଫେବୃଆରୀ ୧୯୨୨ |
ମୃତ୍ୟୁ | ୨୦ ଅକ୍ଟୋବର ୨୦୦୧ | (ବୟସ ୭୯)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ରତ୍ନାକର ମହାନ୍ତି (୧ ଫେବୃଆରୀ ୧୯୨୨ - ୨୦ ଅକ୍ଟୋବର ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରାର୍ଥୀ ଭାବରେ ସେ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ
[ସମ୍ପାଦନା]ରତ୍ନାକର ମହାନ୍ତି ୧୯୨୨ ମସିହାର ଫେବୃଆରୀ ମାସ ୧ ତାରିଖରେ ଅବିଭକ୍ତ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ରତ୍ନାକର ମହାନ୍ତି ୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଜନତା ଦଳର ପ୍ରାର୍ଥୀ ଭାବରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ।[୩] ଏହି ନିର୍ବାଚନରେ ସେ ସମୁଦାୟ ୧୮,୬୦୫ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ଏହି ବିଧାନ ସଭାରେ ସେ ୧୯୭୭ ମସିହାରୁ ୧୯୮୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।[୩]
ଏହାପରେ ୧୯୮୦ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨୦୦୭ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ରତ୍ନାକର ୨୦୦୧ ମସିହାର ଅକ୍ଟୋବର ମାସ ୨୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା । ୩ ଡିସେମ୍ବର ୨୦୦୧ରେ ତାଙ୍କୁ ବିଧାନ ସଭା ଗୃହରେ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରାଯାଇଥିଲା ।[୨]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Bhadrak Assembly Constituency Election Result - Legislative Assembly Constituency". resultuniversity.com. Retrieved 2019-05-04.
- ↑ ୨.୦ ୨.୧ ୨.୨ "MLA Ratnakar Mohanty Profile | BHADRAK Constituency". odishahelpline.com. Retrieved 2019-05-07.
- ↑ ୩.୦ ୩.୧ "MLA Ratnakar Mohanty Profile | BHADRAK Constituency". naveenpatnaik.com. Archived from the original on 2017-10-26. Retrieved 2019-05-07.