ରବି ସିଂହ ମାଝି

ଉଇକିପିଡ଼ିଆ‌ରୁ
ରବି ସିଂହ ମାଝି
ବିଧାୟକ: ୪ର୍ଥ, ୫ମ, ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୮୦
ପୂର୍ବ ଅଧିକାରୀସଦାଶିବ ତ୍ରିପାଠୀ
ପର ଅଧିକାରୀପରମା ପୂଜାରୀ
ନିର୍ବାଚନ ମଣ୍ଡଳୀଉମରକୋଟ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1923-11-21)୨୧ ନଭେମ୍ବର ୧୯୨୩
ମୃତ୍ୟୁ୨୪ ଜୁନ ୨୦୦୩(2003-06-24) (ବୟସ ୭୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ
ଉତ୍କଳ କଂଗ୍ରେସ
ଜୀବନ ସାଥୀଫୁଲେଶ୍ୱର ମାଝି
ବାପା/ବୋଉପଟୁ ମାଝି (ବାପା)
ବୃତ୍ତିରାଜନୀତିଜ୍ଞ

ରବି ସିଂହ ମାଝି (୨୧ ନଭେମ୍ବର ୧୯୨୩ - ୨୪ ଜୁନ ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରି ଥର କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୧, ୧୯୭୪ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉମରକୋଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ, ୫ମ, ୬ଷ୍ଠ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ରବି ସିଂହ ମାଝି ୧୯୨୩ ମସିହାର ନଭେମ୍ବର ୨୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପଟୁ ମାଝି ଓ ପତ୍ନୀଙ୍କ ନାମ ଫୁଲେଶ୍ୱର ମାଝି ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରବି ସିଂହ ମାଝି ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ ଏବଂ ପରେ ଉତ୍କଳ କଂଗ୍ରେସଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରି ଥର କାର୍ଯ୍ୟ କରିଥିଲେ । ୧୯୭୨ ମସିହାରେ ଓ ୧୯୭୯ରୁ ୧୯୮୦ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ଉମରକୋଟ ଭାରତୀୟ ଜାତୀୟ କଂଗ୍ରେସ
୧୯୭୧ ୧୯୭୪ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ଉମରକୋଟ ଉତ୍କଳ କଂଗ୍ରେସ
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ଉମରକୋଟ ଉତ୍କଳ କଂଗ୍ରେସ
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ଉମରକୋଟ ଜନତା ପାର୍ଟି

ମୃତ୍ୟୁ[ସମ୍ପାଦନା]

ରବି ସିଂହ ମାଝି ୨୦୦୩ ମସିହାର ଜୁନ ୨୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Rabi Singh Majhi". odishaassembly.nic.in. Odisha Assembly. Retrieved 25 March 2022.