ରମାକାନ୍ତ ମିଶ୍ର

ଉଇକିପିଡ଼ିଆ‌ରୁ
ରମାକାନ୍ତ ମିଶ୍ର
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀରମେଶ ଚନ୍ଦ୍ର ପଣ୍ଡା
ପର ଅଧିକାରୀଶରତ ଚନ୍ଦ୍ର ମିଶ୍ର
ନିର୍ବାଚନ ମଣ୍ଡଳୀରଣପୁର
ବିଧାୟକ: ୧୧ଶ, ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୪
ପୂର୍ବ ଅଧିକାରୀଶରତ ଚନ୍ଦ୍ର ମିଶ୍ର
ପର ଅଧିକାରୀସୁରମା ପାଢ଼ୀ
ନିର୍ବାଚନ ମଣ୍ଡଳୀରଣପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1944-06-17) ୧୭ ଜୁନ ୧୯୪୪ (ବୟସ ୭୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀପ୍ରମିଳା କୁମାରୀ ମିଶ୍ର
ବାପା/ବୋଉବିଦ୍ୟାଧର ମିଶ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ରମାକାନ୍ତ ମିଶ୍ର (ଜନ୍ମ: ୧୭ ଜୁନ ୧୯୪୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ରମାକାନ୍ତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଛନ୍ତି । ୧୯୮୦, ୧୯୯୫, ୧୯୯୫ ଓ ୨୦୦୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ, ୧୧ଶ ଓ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ତଥା ଥରେ ବିରୋଧୀ ଦଳର ନେତା ଭାବରେ କାର୍ଯ୍ୟ କରିଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ରମାକାନ୍ତ ମିଶ୍ର ୧୯୪୪ ମସିହାର ଜୁନ ମାସ ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ବିଦ୍ୟାଧର ମିଶ୍ର ଏବଂ ପତ୍ନୀଙ୍କ ନାମ ପ୍ରମିଳା କୁମାରୀ ମିଶ୍ର ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରମାକାନ୍ତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଛନ୍ତି ।[୧] ରମାକାନ୍ତ ୧୯୯୬ ମସିହାରୁ ୧୯୯୯ ମସିହାଯାଏଁ ଏବଂ ୧୯୯୯ ମସିହାରୁ ୨୦୦୦ ମସିହାଯାଏଁ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ୨୦୦୦ ମସିହାରୁ ୨୦୦୪ ମସିହାଯାଏଁ ସେ ଓଡ଼ିଶା ବିଧାନ ସଭାରେ ଜଣେ ବିରୋଧୀ ଦଳର ନେତା ଭାବରେ କାର୍ଯ୍ୟ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Shri Ramakanta Mishra". odishaassembly.nic.in. Odisha Assembly. Retrieved 21 April 2020.