ରାଜେନ୍ଦ୍ର ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ

ଉଇକିପିଡ଼ିଆ‌ରୁ
ରାଜେନ୍ଦ୍ର ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀନୀଳାମ୍ବର ଦାସ
ପର ଅଧିକାରୀବନମାଳି ଦାସ
ନିର୍ବାଚନ ମଣ୍ଡଳୀନୀଳଗିରି
ବିଧାୟକ: ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୮୦
ପୂର୍ବ ଅଧିକାରୀବନମାଳି ଦାସ
ପର ଅଧିକାରୀଅକ୍ଷୟ କୁମାର ଆଚାର୍ଯ୍ୟ
ନିର୍ବାଚନ ମଣ୍ଡଳୀନୀଳଗିରି
ବ୍ୟକ୍ତିଗତ ସବିଶେଷ
ଜନ୍ମ(1930-04-09)୯ ଅପ୍ରେଲ ୧୯୩୦
ମୃତ୍ୟୁ୩୦ ମଇ ୨୦୦୧(2001-05-30) (ବୟସ ୭୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ
ସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀଇନ୍ଦିରା ଦେବୀ
ସନ୍ତାନ୨ ପୁଅ, ୧ ଝିଅ
ବାପା/ବୋଉକିଶୋର ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ (ବାପା)
ବୃତ୍ତିରାଜନୀତିଜ୍ଞ

ରାଜେନ୍ଦ୍ର ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ (୯ ଅପ୍ରେଲ ୧୯୩୦ - ୩୦ ମଇ ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ୧୯୬୧, ୧୯୭୪ ଓ ୧୯୭୭ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୬ଷ୍ଠ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ରାଜେନ୍ଦ୍ର ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ ୧୯୩୦ ମସିହାର ଅପ୍ରେଲ ମାସ ୯ ତାରିଖରେ ଅବିଭକ୍ତ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କିଶୋର ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଥିଲେ ଏବଂ ସେ ଓକିଲାତି ପଢ଼ିଥିଲେ । ତାଙ୍କ ପତ୍ନୀଙ୍କ ନାମ ଇନ୍ଦିରା ଦେବୀ । ତାଙ୍କର ୨ ଜଣ ପୁଅ ଓ ଜଣେ ଝିଅଙ୍କୁ ମିଶାଇ ସମୁଦାୟ ସନ୍ତାନ ସଂଖ୍ୟା ୩ ।

ରାଜନୈତିକ ଜୀବନ[ସମ୍ପାଦନା]

ରାଜେନ୍ଦ୍ର ୧୯୬୦ ମସିହାର ଗଣତନ୍ତ୍ର ପରିଷଦରେ ଯୋଗ ଦେଇଥିଲେ । ୧୯୬୧ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସ୍ୱତନ୍ତ୍ର ପାର୍ଟିର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଏହାପରେ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

୧୯୭୪ ମସିହାରେ ସେ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ପୁଣିଥର ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ମୃତ୍ୟୁ[ସମ୍ପାଦନା]

ରାଜେନ୍ଦ୍ର ୨୦୦୧ ମସିହାର ମଇ ମାସ ୩୦ ତାରିଖ ଦିନ ମୃତ୍ୟୁବରଣ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. "Late Rajendra Chandra Mardaraj Harichandan". odishaassembly.nic.in. Odisha Assembly. Retrieved 1 June 2019.