ରାମଚନ୍ଦ୍ର ଭୋୟା
ଦେଖଣା
ରାମଚନ୍ଦ୍ର ଭୋୟା | |
---|---|
ବିଧାୟକ: ୨ୟ, ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୭ | |
ନିର୍ବାଚନ ମଣ୍ଡଳୀ | ଆର୍. ଉଦୟଗିରି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ନଭେମ୍ବର ୧୯୧୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | କମଳା ଭୋୟା |
ବାପା/ବୋଉ | ଶ୍ରୀକୁମାର ଭୋୟା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରାମଚନ୍ଦ୍ର ଭୋୟା (ଜନ୍ମ: ୫ ନଭେମ୍ବର ୧୯୧୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆର୍. ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରାମଚନ୍ଦ୍ର ଭୋୟା ୧୯୧୨ ମସିହାର ନଭେମ୍ବର ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଶ୍ରୀକୁମାର ଭୋୟା ଓ ପତ୍ନୀଙ୍କ ନାମ କମଳା ଭୋୟା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରାମଚନ୍ଦ୍ର ଭୋୟା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Ramachandra Bhoya". odishaassembly.nic.in. Odisha Assembly. Retrieved 29 November 2022.