ରାସ ବିହାରୀ ବେହେରା
ରାସ ବିହାରୀ ବେହେରା | |
---|---|
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୧୯୯୦ | |
ନିର୍ବାଚନ ମଣ୍ଡଳୀ | କୋକସରା |
ସାଂସଦ: ୭ମ ଲୋକ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୮୪ | |
ପୂର୍ବ ଅଧିକାରୀ | ପ୍ରତାପ କେଶରୀ ଦେଓ |
ନିର୍ବାଚନ ମଣ୍ଡଳୀ | କଳାହାଣ୍ଡି |
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ନିର୍ବାଚନ ମଣ୍ଡଳୀ | କୋକସରା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୨ ଅପ୍ରେଲ ୧୯୩୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ରାଜେଶ୍ୱରୀ ବେହେରା |
ବାପା/ବୋଉ | ପ୍ରସନ୍ନ କୁମାର ବେହେରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରାସ ବିହାରୀ ବେହେରା (ଜନ୍ମ: ୧୨ ଅପ୍ରେଲ ୧୯୩୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର ଓ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୭ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋକସରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୦ ଭାରତୀୟ ସାଧାରଣ ନିର୍ବାଚନରେ ସେ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ରାସ ବିହାରୀ ବେହେରାଙ୍କ ସୃଷ୍ଟି ସମ୍ଭାର-
ଉପନ୍ୟାସ-ବିଜୟୀ
ଭ୍ରମଣ ସାହିତ୍ୟ-ଅନନ୍ୟସୃଷ୍ଟି କାନାଡ଼ା
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରାସ ବିହାରୀ ବେହେରା ୧୯୩୮ ମସିହାର ଅପ୍ରେଲ ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରସନ୍ନ କୁମାର ବେହେରା ଓ ପତ୍ନୀଙ୍କ ନାମ ରାଜେଶ୍ୱରୀ ବେହେରା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରାସ ବିହାରୀ ବେହେରା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିବା ସହିତ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Ras Behari Behera". odishaassembly.nic.in. Odisha Assembly. Retrieved 5 September 2022.