ରୁଦ୍ର ନାରାୟଣ ପାଣି
ଦେଖଣା
ରୁଦ୍ର ନାରାୟଣ ପାଣି | |
---|---|
ସାଂସଦ: ୧୮ଶ ଲୋକ ସଭା | |
କାର୍ଯ୍ୟକାଳ ୨୦୨୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ମହେଶ ସାହୁ |
ନିର୍ବାଚନ ମଣ୍ଡଳୀ | ଢେଙ୍କାନାଳ |
ସାଂସଦ: ରାଜ୍ୟ ସଭା | |
କାର୍ଯ୍ୟକାଳ ୨୪ ଜୁନ ୨୦୦୪ – ୩ ଏପ୍ରିଲ ୨୦୧୨ | |
ନିର୍ବାଚନ ମଣ୍ଡଳୀ | ଓଡ଼ିଶା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ବଲାଙ୍ଗୀର, ଓଡ଼ିଶା | ୨୨ ଅପ୍ରେଲ ୧୯୫୯
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଘର | ଢେଙ୍କାନାଳ, ଓଡ଼ିଶା |
ବୃତ୍ତି | ରାଜନୀତିଜ୍ଞ |
ରୁଦ୍ର ନାରାୟଣ ପାଣି ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ଜଣେ ସଦସ୍ୟ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସେ ଢେଙ୍କାନାଳ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୮ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ପୂର୍ବରୁ ସେ ରାଜ୍ୟ ସଭାର ଜଣେ ସାଂସଦ ଭାବରେ କାର୍ଯ୍ୟ କରିଛନ୍ତି ।
ରାଜନୈତିକ ଜୀବନ
[ସମ୍ପାଦନା]ରୁଦ୍ର ନାରାୟଣ ପାଣି ଭାରତୀୟ ଜନତା ପାର୍ଟିର ରାଜନେତା ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସେ ଢେଙ୍କାନାଳ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ବିଜେପିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ।[୧] ଏହି ନିର୍ବାଚନରେ, ସେ ସମୁଦାୟ ୫,୯୮,୭୨୧ ଖଣ୍ଡ ଭୋଟ ପାଇଥିଲେ ଏବଂ ବିଜେଡି ପ୍ରାର୍ଥୀ ଅବିନାଶ ସାମଲଙ୍କୁ ୭୬,୫୬୭ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨]
ଆଧାର
[ସମ୍ପାଦନା]- ↑ "ଓଡ଼ିଶାର ୨୧ ଲୋକସଭା ଆସନ ପାଇଁ ବିଜେପିର ସରିଲା ପ୍ରାର୍ଥୀ ତାଲିକା ଘୋଷଣା । ଜାଣନ୍ତୁ କାହାକୁ କେଉଁ ଆସନ ପାଇଁ ମିଳିଲା ଟିକେଟ୍". Kanak News. 30 March 2024. Archived from the original on 13 June 2024. Retrieved 13 June 2024.
- ↑ "2024 Indian General Election Results: Dhenkanal (Odisha)". Election Commission of India. Retrieved 6 June 2024.