ରୁଦ୍ର ମାଧବ ରାୟ
ରୁଦ୍ର ମାଧବ ରାୟ | |
---|---|
ବିଧାୟକ: ୧୦ମ, ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୭ | |
ପୂର୍ବ ଅଧିକାରୀ | ହରିହର କରଣ |
ପର ଅଧିକାରୀ | ହରିହର କରଣ |
ନିର୍ବାଚନ ମଣ୍ଡଳୀ | ଦଶପଲ୍ଲା |
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ହରିହର କରଣ |
ପର ଅଧିକାରୀ | କାଶୀନାଥ ମଲ୍ଲିକ |
ନିର୍ବାଚନ ମଣ୍ଡଳୀ | ଦଶପଲ୍ଲା |
ସାଂସଦ: ୧୫ଶ ଲୋକ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପର ଅଧିକାରୀ | ପ୍ରତ୍ୟୁଷା ରାଜେଶ୍ୱରୀ ସିଂ |
ନିର୍ବାଚନ ମଣ୍ଡଳୀ | କନ୍ଧମାଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ନଭେମ୍ବର ୨୩, ୧୯୩୭ |
ମୃତ୍ୟୁ | ୩୧ ମଇ ୨୦୧୬ | (ବୟସ ୭୮)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ଦଳ |
ଜୀବନ ସାଥୀ | ଶାନ୍ତିଲତା ରାୟ |
ବାପା/ବୋଉ | ଚନ୍ଦ୍ର ଶେଖର ରାୟ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରୁଦ୍ର ମାଧବ ରାୟ (୨୩ ନଭେମ୍ବର ୧୯୩୭ - ୩୧ ମଇ ୨୦୧୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜନତା ଦଳ ଓ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ରୁଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର ଏବଂ ଲୋକ ସଭାରେ ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୦, ୧୯୯୫ ଓ ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ରୁଦ୍ର ମାଧବ ରାୟ ୨୦୦୯ ଭାରତୀୟ ସାଧାରଣ ନିର୍ବାଚନରେ କନ୍ଧମାଳ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଲୋକ ସଭାକୁ ନିର୍ବଚିତ ହୋଇଥିଲେ ।[୨]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରୁଦ୍ର ମାଧବ ରାୟ ୧୯୩୭ ମସିହାର ନଭେମ୍ବର ମାସ ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଚନ୍ଦ୍ର ଶେଖର ରାୟ ଏବଂ ପତ୍ନୀଙ୍କ ନାମ ଶାନ୍ତିଲତା ରାୟ ।[୧] ରୁଦ୍ରଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକ ଥିଲା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରୁଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ଏବଂ ପୂର୍ବରୁ ଜନତା ଦଳରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ରୁଦ୍ର ମାଧବ ରାୟ ୨୦୧୬ ମସିହାର ମଇ ମାସ ୩୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ ୧.୪ "Shri Rudra Madhab Ray". odishaassembly.nic.in. Odisha Assembly. Retrieved 2 May 2020.
- ↑ "Parliamentary Constituency: Kandhamal". Indian Elections. Archived from the original on 17 May 2009. Retrieved 20 February 2014.