Jump to content

ଶଙ୍କର ଓରାମ

ଉଇକିପିଡ଼ିଆ‌ରୁ
ଶଙ୍କର ଓରାମ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ୨୦୨୪
ପୂର୍ବ ଅଧିକାରୀଜର୍ଜ ତିର୍କୀ
ପର ଅଧିକାରୀରୋହିତ ଜୋଶେଫ ତିର୍କୀ
ନିର୍ବାଚନ ମଣ୍ଡଳୀବୀରମିତ୍ରପୁର
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ପୂର୍ବ ଅଧିକାରୀମନସିଦ ଏକ୍କା
ପର ଅଧିକାରୀହଳୁ ମୁଣ୍ଡାରୀ
ନିର୍ବାଚନ ମଣ୍ଡଳୀରଘୁନାଥପାଲୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1969-08-31) ୩୧ ଅଗଷ୍ଟ ୧୯୬୯ (ବୟସ ୫୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀଚାମରି ଓରାମ
ବାପା/ବୋଉମଙ୍ଗୁ ଓରାମ (ବାପା)
ବୃତ୍ତିରାଜନୀତିଜ୍ଞ

ଶଙ୍କର ଓରାମ (ଜନ୍ମ: ୩୧ ଅଗଷ୍ଟ ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଘୁନାଥପାଲୀ ଓ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା

[ସମ୍ପାଦନା]

ଶଙ୍କର ଓରାମ ୧୯୬୯ ମସିହାର ଅଗଷ୍ଟ ମାସ ୩୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଙ୍ଗୁ ଓରାମ ଓ ପତ୍ନୀଙ୍କ ନାମ ଚାମରି ଓରାମ ।[୨]

ରାଜନୈତିକ ଜୀବନ

[ସମ୍ପାଦନା]

ଶଙ୍କର ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୨]

୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୭୭,୨୩୨ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ରୋହିତ ଜୋଶେଫ ତିର୍କୀଙ୍କ ଠାରୁ ୬,୮୮୪ ଖଣ୍ଡ ଭୋଟ୍‌ରେ ପରାସ୍ତ ହୋଇଥିଲେ ।[୩]

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
  2. ୨.୦ ୨.୧ "Shri Shankar Oram". odishaassembly.nic.in. Odisha Assembly. Retrieved 18 October 2020.
  3. "General Election to Assembly Constituencies 2024: Biramitrapur (Odisha)". Election Commission of India. Retrieved 3 July 2024.

ବାହାର ଆଧାର

[ସମ୍ପାଦନା]
  • ଉଇକିମିଡ଼ିଆ କମନ୍ସରେ Shankar Oram-ସମ୍ପର୍କିତ ମିଡ଼ିଆ