ଶରତ ଚନ୍ଦ୍ର ମିଶ୍ର
ଶରତ ଚନ୍ଦ୍ର ମିଶ୍ର | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ରମାକାନ୍ତ ମିଶ୍ର |
ପର ଅଧିକାରୀ | ରମାକାନ୍ତ ମିଶ୍ର |
ନିର୍ବାଚନ ମଣ୍ଡଳୀ | ରଣପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୨ ଫେବୃଆରୀ ୧୯୫୧ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଜୀବନ ସାଥୀ | ଜୟଶ୍ରୀ ମିଶ୍ର |
ବାପା/ବୋଉ | ଲୋକନାଥ ମିଶ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଶରତ ଚନ୍ଦ୍ର ମିଶ୍ର (ଜନ୍ମ: ୧୨ ଫେବୃଆରୀ ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଶରତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ତଥା ଥରେ ବିରୋଧୀ ଦଳର ନେତା ଭାବରେ କାର୍ଯ୍ୟ କରିଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଶରତ ଚନ୍ଦ୍ର ମିଶ୍ର ୧୯୫୧ ମସିହାର ଫେବୃଆରୀ ମାସ ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଲୋକନାଥ ମିଶ୍ର ଏବଂ ପତ୍ନୀଙ୍କ ନାମ ଜୟଶ୍ରୀ ମିଶ୍ର ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଶରତ ଓଡ଼ିଶା ରାଜନୀତିରେ ଜନତା ଦଳର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]