ଶରତ ରାଉତ
ଦେଖଣା
ଶରତ ରାଉତ | |
|---|---|
| ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୮୦ – ୧୯୯୦ | |
| ପୂର୍ବ ଅଧିକାରୀ | ଆନନ୍ଦ ମଞ୍ଜରୀ ଦେବୀ |
| ପର ଅଧିକାରୀ | ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ |
| ନିର୍ବାଚନ ମଣ୍ଡଳୀ | ସୁକିନ୍ଦା |
| ବ୍ୟକ୍ତିଗତ ସବିଶେଷ | |
| ଜନ୍ମ | ୩୦ ଜାନୁଆରୀ ୧୯୫୧ |
| ନାଗରିକତା | ଭାରତୀୟ |
| ଜାତୀୟତା | ଭାରତୀୟ |
| ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
| ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | କଂଗ୍ରେସ (ଆଇ) |
| ଜୀବନ ସାଥୀ | ସଂଯୁକ୍ତା ରାଉତ |
| ବାପା/ବୋଉ | ପୂର୍ଣ୍ଣଚନ୍ଦ୍ର ରାଉତ (ବାପା) |
| ବୃତ୍ତି | ରାଜନୀତିଜ୍ଞ |
ଶରତ ରାଉତ (ଜନ୍ମ: ୩୦ ଜାନୁଆରୀ ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ଶରତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ୧୯୮୦ ଓ ୧୯୮୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଶରତ ରାଉତ ୧୯୫୧ ମସିହାର ଜାନୁଆରୀ ମାସ ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ପୂର୍ଣ୍ଣଚନ୍ଦ୍ର ରାଉତ ଏବଂ ପତ୍ନୀଙ୍କ ନାମ ସଂଯୁକ୍ତା ରାଉତ ।[୧] ଶରତଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଶରତ ରାଉତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ୨ଥର କାର୍ଯ୍ୟ କରିଛନ୍ତି ।[୧]