ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ

ଉଇକିପିଡ଼ିଆ‌ରୁ
Language of Odisha (Odia)
ଓଡ଼ିଆ ଭାଷା

୨୦୧୪ ମସିହା ମାର୍ଚ୍ଚ ୧୧ରେ ଓଡ଼ିଆଭାଷାକୁ କେନ୍ଦ୍ର ସରକାର ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଥିଲେ ।[୧] ତେଣୁ ପ୍ରତିବର୍ଷ ମାର୍ଚ୍ଚ ୧୧ ତାରିଖରେ ରାଜ୍ୟ ବ୍ୟାପୀ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଥିଲେ । ଶାସ୍ତ୍ରୀୟ ଭାଷା ଉପଦେଷ୍ଟା କମିଟିର ବୈଠକରେ ଏକ ନିଷ୍ପତ୍ତି ନିଆଯାଇଥିଲା । ଏହି ଅବସରରେ ଓଡ଼ିଆ ଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଂସ୍କୃତି ବିଭାଗ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଥିଲା ।[୨]

ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ ଅବସରରେ ଜିଲ୍ଲା ଓ ରାଜ୍ୟସ୍ତରରେ ଉଚ୍ଚବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରୀୟ ପ୍ରବନ୍ଧ ଓ ତର୍କ ପ୍ରତିଯୋଗିତା ଆୟୋଜନ କରାଯାଏ । ଓଡ଼ିଆ ଭାଷା, ଆମର ଅସ୍ମିତା ଏବଂ ଓଡ଼ିଆ ଭାଷାର ଶାସ୍ତ୍ରୀୟତାକୁ ପ୍ରତିପାଦନ କରିବା ପାଇଁ ବିଭିନ୍ନ ପ୍ରତିଯୋଗିତା ସହିତ ଜିଲ୍ଲା ଓ ରାଜ୍ୟସ୍ତରରେ ସଭାସମିତି ଆୟୋଜନ, ଆଲୋଚନା ଚକ୍ର ଓ ପୁସ୍ତକ ଉନ୍ମୋଚନ ଇତ୍ୟାଦିର କାର୍ଯ୍ୟକ୍ରମ ଆୟୋଜନ ହୁଏ । ଏପରି ଆୟୋଜନ ଫଳରେ ଓଡ଼ିଆ ଭାଷାର ଶାସ୍ତ୍ରୀୟତା ବାବଦରେ ଓଡ଼ିଶାବାସୀ ବିଶେଷ ଭାବରେ ସଚେତନ ହେବା ସହିତ ରାଜ୍ୟରେ ଓଡ଼ିଆ ପ୍ରଚଳନର ବ୍ୟାପକତା ପ୍ରତି ଉତ୍ସାହଜନକ ପରିବେଶ ସୃଷ୍ଟି କରିବାର ପ୍ରୟାସ କରାଯାଏ ।[୩]

ଆଧାର[ସମ୍ପାଦନା]

  1. ବସନ୍ତ କୁମାର ପଣ୍ଡା. "ଓଡ଼ିଆ ଭାଷାର ଶାସ୍ତ୍ରୀୟ ଉତ୍ସ". www.sambad.in. ଇଷ୍ଟର୍ଣ୍ଣ ମିଡ଼ିଆ. Archived from the original on 11 March 2022. Retrieved 11 March 2022.
  2. http://www.odiaspotnews.in/webpage/detailnews/744/1
  3. http://www.odiaspotnews.in/webpage/detailnews/744/1