ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓ

ଉଇକିପିଡ଼ିଆ‌ରୁ
ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓ
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀପଦ୍ମ ଚରଣ ନାୟକ
ପର ଅଧିକାରୀପ୍ରହଲ୍ଲାଦ ମଲ୍ଲିକ
ନିର୍ବାଚନ ମଣ୍ଡଳୀରାଜନଗର
ବିଧାୟକ: ୧ମ, ୨ୟ, ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୬୭
ପର ଅଧିକାରୀଦିବାକର ନାଥ ଶର୍ମା
ନିର୍ବାଚନ ମଣ୍ଡଳୀଆଳି
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବରୁ)
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀପୂର୍ବ ଓଡ଼ିଶା (ଏଲ୍ ଏଚ୍)
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁଜୁଲାଇ ୧୯, ୧୯୮୨(୧୯୮୨-୦୭-୧୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଏମ୍. ଏନ୍. ଦେବୀ
ବାପା/ବୋଉରାଜେନ୍ଦ୍ର ନାରାୟଣ ଭଞ୍ଜ ଦେଓ (ବାପା)
ବୃତ୍ତିରାଜନୀତିଜ୍ଞ

ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓ (ମୃତ୍ୟୁ: ୧୯ ଜୁଲାଇ ୧୯୮୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଶୈଳେନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ଶୈଳେନ୍ଦ୍ର ସ୍ୱାଧୀନତା ପୂର୍ବରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ୧୯୫୨, ୧୯୫୭, ୧୯୬୧ ଓ ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଆଳି ଓ ରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ, ୩ୟ ଓ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓଙ୍କ ବାପାଙ୍କ ନାମ ରାଜେନ୍ଦ୍ର ନାରାୟଣ ଭଞ୍ଜ ଦେଓ ଏବଂ ପତ୍ନୀଙ୍କ ନାମ ଏମ୍. ଏନ୍. ଦେବୀ । ଶୈଳେନ୍ଦ୍ରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ୫ଥର କାର୍ଯ୍ୟ କରିଥିଲେ ।[୧]


ମୃତ୍ୟୁ[ସମ୍ପାଦନା]

ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓ ୧୯୮୨ ମସିହାର ଜୁଲାଇ ୧୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Sailendra Narayan Bhanja Deo". odishaassembly.nic.in. Odisha Assembly. Retrieved 3 April 2020.