ଷଠି ଓଷା

ଉଇକିପିଡ଼ିଆ ରୁ
ସିଧାସଳଖ ଯିବେ ଦିଗବାରେଣିକୁ, ଖୋଜିବେ
ଷଠି ଓଷା
ଅନ୍ୟ ନାମ ନେଙ୍କୁଡ଼ିଆ ଷଠି
ପାଳନକାରୀ ମାଆ ମାନଙ୍କ ଦ୍ଵାରା
ପ୍ରକାର ଧାର୍ମିକ,
ତାରିଖ ଭାଦ୍ରବ ଶୁକ୍ଳ ଷଷ୍ଠୀ
୨୦୧୬ ତାରିଖ ୭ ସେପ୍ଟେମ୍ବର (ବୁଧବାର)
୨୦୧୭ ତାରିଖ ୨୭ ଅଗଷ୍ଟ (ରବିବାର)
୨୦୧୮ ତାରିଖ ୧୫ ସେପ୍ଟେମ୍ବର (ଶନିବାର)
ପୌନଃପୁନିକତା ବାର୍ଷିକ

ଷଠି ଓଷା (ଷଠୀ ବ୍ରତଷଷ୍ଠୀ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ପାରମ୍ପାରିକ ଓଷା ।[୧] ଷଠୀ ଠାକୁରାଣୀଙ୍କୁ ଓଡ଼ିଶାରେ ଜନ୍ମଦେବୀ ବୋଲି କୁହାଯାଏ । ଗାଁରେ ମା'ମାନେ ତାଙ୍କୁ ପୂଜା କରିଥାନ୍ତି । ଷଠୀ ଠାକୁରାଣୀଙ୍କୁ ପିଲାଙ୍କ ଭଲ ମନ୍ଦ ପାଇଁ ମା'ମାନେ ପୂଜିଥାନ୍ତି ।[୨][୩] ଭାଦ୍ରବ ଶୁକ୍ଳ ଷଷ୍ଠୀ ଦିନ (ଗଣେଶ ପୂଜାର ଦୁଇ ଦିନ ପରେ), ଷଠି ଓଷା ପାଳନ ହୁଏ । ଏଇ ପୂଜାଟି, ଗୋଟେ ପିଲା ଜନ୍ମ ହେଲା ପରେ ଯେଉଁ ଷଠୀ ଦୁସେଇ ପୂଜା ହୁଏ, ତା'ଠୁଁ ଟିକେ ଅଲଗା ।

ପାଳନ ବିଧି[ସମ୍ପାଦନା]

ସକାଳେ ଶିବଙ୍କ ପାଇଁ ସୋମନାଥ ବ୍ରତ ହୁଏ । ଭାତ, ଡାଲି, ମାଛ ଭଜା, ଚକୁଳି ପିଠା, ଦୁଇ ପ୍ରକାର ଶାକାହାରୀ ତରକାରୀ ଭଳି ଛଅ ପ୍ରକାର ଖାଦ୍ୟ ରନ୍ଧାହୁଏ । ଶିଳପୁଆକୁ ହଳଦୀ କନାରେ ବନ୍ଧାଯାଏ ଓ ତା' ଉପରେ ହଳଦୀ ରଖାଯାଏ । ଅପାମାରଙ୍ଗ, ବାଉଁଶ, ଧାନ, ବଜ୍ରମୂଳୀ, ସାରୁ ଆଦି ପାଞ୍ଚ ପ୍ରକାର ଗଛକୁ ଏକାଠି କରି ବନ୍ଧାଯାଏ । ଗୋଟେ ପୂର୍ଣ୍ଣ କୁମ୍ଭ ତା' ପାଖରେ ରଖାଯାଏ । ଗଳି ଗୁଆ, ସିନ୍ଦୁର ଫରୁଆ, କଜଳ ପାତି ତା' ପାଖରେ ଥୁଆ ହୁଏ । ତା'ପରେ ଦୁବ, ବରକୋଳି ପତ୍ର ଓ ଅରୁଆ ଚାଉଳରେ ବନ୍ଦାପନା ହୁଏ । ସମସ୍ତେ ପୂଜା ହୋଇଥିବା ହଳଦୀ କନାକୁ ହାତରେ ବାନ୍ଧନ୍ତି ।

ଷଠି ବାଡ଼ିଆ[ସମ୍ପାଦନା]

ରାତିରେ, ପାଞ୍ଚ ପ୍ରକାର ଗଛକୁ ଏକାଠି କରି ବାନ୍ଧିଥିବା ଗୋଛାରେ ଶିଶୁମାନଙ୍କ ରକ୍ଷାବିଧାନାର୍ଥ ତାଙ୍କ ପିଠିରେ ମାଆ ଆଦି ବର୍ଷୀୟସୀମାନେ ଧୀରେ ଧୀରେ ଆଘାତ କରନ୍ତି ଏହାକୁ ଷଠିବାଡ଼ିଆ କହନ୍ତି ଏତଦ୍ଵାରା ଶିଶୁମାନଙ୍କର ସମସ୍ତ ବାଳରିଷ୍ଟ ଖଣ୍ଡିତ ହୁଏ ବୋଲି ବିଶ୍ଵାସ । ଏହି ସମୟରେ ଆଘାତ କରୁଥିବା ମହିଳାମାନେ ବୋଲନ୍ତି: ଓଲୁଅ ପରି ବଢିଯା, ବଣସାରୁ ପରି ମାଡ଼ିଯା, ଜୀଁ ଜୀଁ - ବଜ୍ର ହୋ ! ବଜ୍ର ହୋ ![୪] ଷଠି ଓଷାକୁ ଯାଜପୁର ଅଞ୍ଚଳରେ ନେଙ୍କୁଡ଼ିଆ ଷଠି ବୋଲି କହନ୍ତି ସ୍କନ୍ଦ ପୁରାଣରେ ଏ ଷଷ୍ଠୀର ନାମ ଚପେଟା ଷଷ୍ଠୀ ଓ ତିଥି ତତ୍ତ୍ଵରେ ଏ ଷଷ୍ଠୀର ନାମ ଅକ୍ଷୟାଷଷ୍ଠୀ । ଚପେଟୀର ଅର୍ଥ ଚାପୁଡ଼ା 'ଚପେଟୀଷଷ୍ଠୀ' ନାମରୁ ଅନୁମିତ ହୁଏ ଯେ, ବର୍ଷୀୟସୀମାନେ ପିଲାମାନଙ୍କ ପିଠିରେ ଯେଉଁ 'ଷଠି ବାଡ଼ିଆ' କରନ୍ତି ତହିଁ ସଙ୍ଗେ ଏ ନାମର କିଛି ସମ୍ପର୍କ ଅଛି ।[୫]

ଆଧାର[ସମ୍ପାଦନା]

  1. Cultural Heritage of Orissa: Justice Sri Harihar Mahapatra Felicitation Volume. Institute of Oriental and Orissan Studies. ୧୯୯୩. 
  2. Kuñjabihāri Dāśa (୧୯୯୧). Folklore of Orissa. Orissa Sahitya Akademi. 
  3. N. Patnaik; Sarat Chandra Mohanty; Tribal and Harijan Research-cum-Training Institute (Bhubaneswar, India) (୧୯୮୯). The Ganda, a scheduled caste weaver community of western Orissa. Tribal & Harijan Research-cum-Training Institute. 
  4. ପଣ୍ଡିତସର୍ବସ୍ଵ, ନୂତନ ଆଠମଲ୍ଲିକ ସଂସ୍କରଣ, 116 ପୃଷ୍ଠା
  5. "ଷଠି ଓଷା". Retrieved 24 March 2016.