ସତ୍ୟପ୍ରିୟ ମହାନ୍ତି
ସତ୍ୟପ୍ରିୟ ମହାନ୍ତି | |
|---|---|
| ବିଧାୟକ: ୧ମ, ୨ୟ, ୩ୟ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୫୨ – ୧୯୬୭ | |
| ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୭୪ – ୧୯୭୭ | |
| ପର ଅଧିକାରୀ | ସୁରେଶ କୁମାର ରାଉତରାୟ |
| ନିର୍ବାଚନ ମଣ୍ଡଳୀ | ଜଟଣୀ |
| ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୭୭ – ୧୯୮୦ | |
| ନିର୍ବାଚନ ମଣ୍ଡଳୀ | ଭୁବନେଶ୍ୱର |
| ବ୍ୟକ୍ତିଗତ ସବିଶେଷ | |
| ଜନ୍ମ | ଅକ୍ଟୋବର ୭, ୧୯୦୫ |
| ମୃତ୍ୟୁ | ୨୦ ଡିସେମ୍ବର ୧୯୯୯ (ବୟସ ୯୪) |
| ନାଗରିକତା | ଭାରତୀୟ |
| ଜାତୀୟତା | ଭାରତୀୟ |
| ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
| ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଉତ୍କଳ କଂଗ୍ରେସ, ଜନତା |
| ଜୀବନ ସାଥୀ | ଶ୍ରୀମତି ଦେବୀ |
| ବାପା/ବୋଉ | ମାଧବାନନ୍ଦ ମହାନ୍ତି (ବାପା) |
| ବୃତ୍ତି | ରାଜନୀତିଜ୍ଞ |
ସତ୍ୟପ୍ରିୟ ମହାନ୍ତି (୭ ଅକ୍ଟୋବର ୧୯୦୫ - ୨୯ ଡିସେମ୍ବର ୧୯୯୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ, ଉତ୍କଳ କଂଗ୍ରେସ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସତ୍ୟପ୍ରିୟ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୫ଥର କାର୍ଯ୍ୟ କରିଥିଲେ । ୧୯୫୨, ୧୯୫୭, ୧୯୬୧, ୧୯୭୪ ଓ ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଓ ଜଟଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ, ୩ୟ, ୬ଷ୍ଠ ଓ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସତ୍ୟପ୍ରିୟ ମହାନ୍ତି ୧୯୦୫ ମସିହାର ଅକ୍ଟୋବର ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ମାଧବାନନ୍ଦ ମହାନ୍ତି ଏବଂ ପତ୍ନୀଙ୍କ ନାମ ଶ୍ରୀମତି ଦେବୀ ।[୧] ସତ୍ୟପ୍ରିୟଙ୍କ ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ଓ ପରେ ସେ ଓକିଲାତି ପଢ଼ିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସତ୍ୟପ୍ରିୟ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ, ଉତ୍କଳ କଂଗ୍ରେସ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୫ଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ସତ୍ୟପ୍ରିୟ ମହାନ୍ତି ୧୯୯୯ ମସିହାର ଡିସେମ୍ବର ମାସ ୨୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା ।