ସଦନ ନାୟକ

ଉଇକିପିଡ଼ିଆ‌ରୁ
ସଦନ ନାୟକ
ବିଧାୟକ: ୧୧ଶ, ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୯
ପୂର୍ବ ଅଧିକାରୀଅମର ପ୍ରସାଦ ଶତପଥୀ
ପର ଅଧିକାରୀଅମର ପ୍ରସାଦ ଶପତଥୀ
ନିର୍ବାଚନ ମଣ୍ଡଳୀକୋଡ଼ିଙ୍ଗା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1953-03-01) ୧ ମାର୍ଚ୍ଚ ୧୯୫୩ (ବୟସ ୭୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀପ୍ରଭାତ ନଳିନୀ ନାୟକ
ବାପା/ବୋଉମୁଦି ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ସଦନ ନାୟକ (ଜନ୍ମ: ୧ ମାର୍ଚ୍ଚ ୧୯୫୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୯୫, ୨୦୦୦ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଡ଼ିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସଦନ ନାୟକ ୧୯୫୩ ମସିହାର ମାର୍ଚ୍ଚ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମୁଦି ନାୟକ ଓ ପତ୍ନୀଙ୍କ ନାମ ପ୍ରଭାତ ନଳିନୀ ନାୟକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସଦନ ନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା କୋଡ଼ିଙ୍ଗା ଭାରତୀୟ ଜାତୀୟ କଂଗ୍ରେସ
୨୦୦୦ ୧୯୯୦ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା କୋଡ଼ିଙ୍ଗା ଭାରତୀୟ ଜାତୀୟ କଂଗ୍ରେସ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା କୋଡ଼ିଙ୍ଗା ଭାରତୀୟ ଜାତୀୟ କଂଗ୍ରେସ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Sadan Nayak". odishaassembly.nic.in. Odisha Assembly. Retrieved 4 August 2022.