ସନାତନ ଦେଓ

ଉଇକିପିଡ଼ିଆ‌ରୁ
ସନାତନ ଦେଓ
ବିଧାୟକ: ୫ମ, ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୭
ପୂର୍ବ ଅଧିକାରୀଆନନ୍ଦ ମଞ୍ଜରୀ ଦେବୀ
ପର ଅଧିକାରୀଅନଙ୍ଗ ମଞ୍ଜରୀ ଦେବୀ
ନିର୍ବାଚନ ମଣ୍ଡଳୀସୁକିନ୍ଦା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1936-06-20)ଜୁନ ୨୦, ୧୯୩୬
ମୃତ୍ୟୁ୧୨ ନଭେମ୍ବର ୧୯୮୦(1980-11-12) (ବୟସ ୪୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଉତ୍କଳ କଂଗ୍ରେସ
ଜୀବନ ସାଥୀଲକ୍ଷ୍ମୀ ଦେଓ
ବାପା/ବୋଉନବଘନ ଦେଓ (ବାପା)
ବୃତ୍ତିରାଜନୀତିଜ୍ଞ

ସନାତନ ଦେଓ (୨୦ ଜୁନ ୧୯୩୬ - ୧୨ ନଭେମ୍ବର ୧୯୮୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସନାତନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୭୧ ଓ ୧୯୭୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସନାତନ ଦେଓ ୧୯୩୬ ମସିହାର ଜୁନ ମାସ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ନବଘନ ଦେଓ ଏବଂ ପତ୍ନୀଙ୍କ ନାମ ଲକ୍ଷ୍ମୀ ଦେଓ ।[୧] ସନାତନଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ଇତିହାସରେ ସ୍ନାତକୋତ୍ତର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସନାତନ ଦେଓ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ୨ଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ସନାତନ ୧୯୮୦ ମସିହାର ନଭେମ୍ବର ମାସ ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୪୪ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Shri Sanatan Deo". odishaassembly.nic.in. Odisha Assembly. Retrieved 10 November 2019.