ସଫ୍ଟୱେର

ଉଇକିପିଡ଼ିଆ‌ରୁ
(ସଫ୍ଟଓଏରରୁ ଲେଉଟି ଆସିଛି)
ସଫ୍ଟୱେର

କମ୍ପ୍ୟୁଟର ସଫ୍ଟ‌ୱେର କିମ୍ବା ସଫ୍ଟ‌ୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।[୧]

ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।

ଆଧାର[ସମ୍ପାଦନା]

  1. "'Software' from Collins Concise English Dictionary". Wordreference.com. Princeton, NJ: Princeton University. Retrieved 2007-08-19.