ସମୀର ଦେ

ଉଇକିପିଡ଼ିଆ‌ରୁ
(ସମିର ଦେରୁ ଲେଉଟି ଆସିଛି)
ସମୀର ଦେ
ବିଧାୟକ: ୧୧ଶ, ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୪
ପୂର୍ବ ଅଧିକାରୀସୟଦ ମୁସ୍ତାଫିଜ ଅହମଦ
ପର ଅଧିକାରୀଦେବାଶିଷ ସାମନ୍ତରାୟ
ନିର୍ବାଚନ ମଣ୍ଡଳୀକଟକ ସିଟି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1957-01-10) ୧୦ ଜାନୁଆରୀ ୧୯୫୭ (ବୟସ ୬୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀଦୀପିକା ଦତ୍ତ ରାୟ
ବାପା/ବୋଉଅତୁଲ ପ୍ରସାଦ ଦେ (ବାପା)
ବୃତ୍ତିରାଜନୀତିଜ୍ଞ

ସମୀର ଦେ (ଜନ୍ମ: ୧୦ ଜାନୁଆରୀ ୧୯୫୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିର ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସମୀର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୧୯୯୫, ୨୦୦୦ ଓ ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କଟକ ସିଟି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସମୀର ଦେ ୧୯୫୭ ମସିହାର ଜାନୁଆରୀ ମାସ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅତୁଲ ପ୍ରସାଦ ଦେ ଓ ପତ୍ନୀଙ୍କ ନାମ ଦୀପିକା ଦତ୍ତ ରାୟ ।[୧] ସମୀରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସମୀର ଦେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Samir Dey". odishaassembly.nic.in. Odisha Assembly. Retrieved 17 March 2020.