Jump to content

ସାଗର ଚରଣ ଦାସ

ଉଇକିପିଡ଼ିଆ‌ରୁ
ସାଗର ଚରଣ ଦାସ
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୫ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀପ୍ରଦୀପ୍ତ କୁମାର ନାଏକ
ନିର୍ବାଚନ ମଣ୍ଡଳୀଭବାନୀପାଟଣା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉଭକ୍ତ ଚରଣ ଦାସ (ବାପା)
ସୁନନ୍ଦା ଦାସ (ମାଆ)
ବୃତ୍ତିରାଜନୀତିଜ୍ଞ

ସାଗର ଚରଣ ଦାସ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସାଗର କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ଭକ୍ତ ଚରଣ ଦାସ ଜଣେ ରାଜନେତା, ଯିଏକି ଓଡ଼ିଶା ବିଧାନ ସଭା ଓ ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି । ତାଙ୍କ ମାଆଙ୍କ ନାମ ସୁନନ୍ଦା ଦାସ ।

ରାଜନୈତିକ ଜୀବନ[ସମ୍ପାଦନା]

ସାଗର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ କଂଗ୍ରେସର ପ୍ରାର୍ଥୀ ଭାବରେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୬୭,୦୮୫ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ପ୍ରଦୀପ୍ତ କୁମାର ନାଏକଙ୍କୁ ୧୩,୭୪୧ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଆଧାର[ସମ୍ପାଦନା]

  1. "General Election to Bhawanipatna (Odisha)". Election Commission of India. Retrieved 11 June 2024.