ସାହେବ ନାଏକ

ଉଇକିପିଡ଼ିଆ‌ରୁ
ସାହେବ ନାଏକ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀପୂର୍ଣ୍ଣଚନ୍ଦ୍ର ଭଞ୍ଜଦେଓ
ପର ଅଧିକାରୀଭାବଗ୍ରାହୀ ନାୟକ
ନିର୍ବାଚନ ମଣ୍ଡଳୀଦଶପଲ୍ଲା
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀଭାବଗ୍ରାହୀ ନାୟକ
ପର ଅଧିକାରୀହରିହର କରଣ
ନିର୍ବାଚନ ମଣ୍ଡଳୀଦଶପଲ୍ଲା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1925-01-01)ଜାନୁଆରୀ ୧, ୧୯୨୫
ମୃତ୍ୟୁ୧୮ ଡିସେମ୍ବର ୧୯୮୯(1989-12-18) (ବୟସ ୬୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀବିମଳା ଦେବୀ
ବାପା/ବୋଉଅରକ୍ଷିତ ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ସାହେବ ନାଏକ (୧ ଜାନୁଆରୀ ୧୯୨୫ - ୧୮ ଡିସେମ୍ବର ୧୯୮୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସାହେବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୬୧ ଓ ୧୯୭୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ ଓ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସାହେବ ନାଏକ ୧୯୨୫ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅରକ୍ଷିତ ନାୟକ ଏବଂ ପତ୍ନୀଙ୍କ ନାମ ବିମଳା ଦେବୀ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍‌ରୁ କମ ଥିଲା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସାହେବ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥଲେ ।[୧]

ମୃତ୍ୟୁ[ସମ୍ପାଦନା]

ସାହେବ ନାଏକ ୧୯୮୯ ମସିହାର ଡିସେମ୍ବର ମାସ ୧୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Saheb Naik". odishaassembly.nic.in. Odisha Assembly. Retrieved 25 April 2020.