ସୁଦର୍ଶନ ଜେନା

ଉଇକିପିଡ଼ିଆ‌ରୁ
ସୁଦର୍ଶନ ଜେନା
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପର ଅଧିକାରୀଗୋବିନ୍ଦ ଚନ୍ଦ୍ର ଦାସ
ନିର୍ବାଚନ ମଣ୍ଡଳୀରେମୁଣା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1965-04-27) ୨୭ ଅପ୍ରେଲ ୧୯୬୫ (ବୟସ ୫୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀସବିତା ଜେନା
ସନ୍ତାନ୨ ଝିଅ
ବାପା/ବୋଉଶିବ ଚରଣ ଜେନା (ବାପା)
ବୃତ୍ତିରାଜନୀତିଜ୍ଞ

ସୁଦର୍ଶନ ଜେନା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ରେମୁଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ସୁଦର୍ଶନ ଜେନା ୧୯୬୫ ମସିହାର ଅପ୍ରେଲ ମାସ ୨୭ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଶିବ ଚରଣ ଜେନା । ସୁଦର୍ଶନଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ସବିତା ଜେନା । ତାଙ୍କର ଦୁଇଜଣ ଝିଅ ଅଛନ୍ତି ।

ରାଜନୈତିକ ଜୀବନ[ସମ୍ପାଦନା]

ସୁଦର୍ଶନ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।

୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସୁଦର୍ଶନ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ରେମୁଣ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୫,୮୪୭ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ୁଥିବା ଗୋବିନ୍ଦ ଚନ୍ଦ୍ର ଦାସଙ୍କୁ ୩୦,୭୨୩ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରିଥିଲେ ।[୨]

ଆଧାର[ସମ୍ପାଦନା]

  1. "Shri Sudarshan Jena". odishaassembly.nic.in. Odisha Assembly. Retrieved 8 June 2019.
  2. ୨.୦ ୨.୧ "Orissa 2009". Election Commission of India (in Indian English). Retrieved 2019-06-27.