ସୁରେନ୍ଦ୍ର ପ୍ରସାଦ ପରମାଣିକ
ସୁରେନ୍ଦ୍ର ପ୍ରସାଦ ପରମାଣିକ | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | କାର୍ତ୍ତିକ ମହାପାତ୍ର |
ପର ଅଧିକାରୀ | ପର୍ଶୁରାମ ଧଡ଼ା |
ନିର୍ବାଚନ ମଣ୍ଡଳୀ | ସୋର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୦ ଜାନୁଆରୀ ୧୯୫୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଅଞ୍ଜନା ପରମାଣିକ |
ସନ୍ତାନ | ୧ ପୁଅ ୨ ଝିଅ |
ବାପା/ବୋଉ | ମକର ପରମାଣିକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସୁରେନ୍ଦ୍ର ପ୍ରସାଦ ପରମାଣିକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସୋର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ସୁରେନ୍ଦ୍ର ପ୍ରସାଦ ପରମାଣିକ ୧୯୫୦ ମସିହାର ଜାନୁଆରୀ ମାସ ୨୦ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୨] ତାଙ୍କ ବାପାଙ୍କ ନାମ ମକର ପରମାଣିକ । ସୁରେନ୍ଦ୍ରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ଅଞ୍ଜନା ପରମାଣିକ ।[୩] ଏହି ଦମ୍ପତ୍ତିଙ୍କର ଗୋଟିଏ ପୁଅ ଓ ୨ଟି ଝିଅ ଅଛନ୍ତି ।
ରାଜନୈତିକ ଜୀବନ
[ସମ୍ପାଦନା]ସୁରେନ୍ଦ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସୁରେନ୍ଦ୍ର ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ସୋର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୦,୧୫୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୪][୫] ଏହି ପ୍ରତିଦ୍ୱନ୍ଦିତାରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ପର୍ଶୁରାମ ଧଡ଼ାଙ୍କୁ ୩୬୦ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୬] ଏହି ବିଧାନ ସଭାରେ ସେ ୨୦୦୯ ମସିହାରୁ ୨୦୧୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଆଧାର
[ସମ୍ପାଦନା]- ↑ "Shri Surendra Prasad Pramanik". odishaassembly.nic.in. Odisha Assembly. Retrieved 13 May 2019.
- ↑ "MLA Surendra Prasad Pramanik Profile | SORO Constituency". naveenpatnaik.com. Archived from the original on 2019-05-08. Retrieved 2019-05-13.
- ↑ "MLA Surendra Prasad Pramanik Profile | SORO Constituency". www.odishahelpline.com. Retrieved 2019-05-13.
- ↑ http://orissa.gov.in/e-magazine/orissaannualreference/ORA-2011/pdf/453-501.pdf
- ↑ "Soro Assembly Constituency, Orissa". Compare Infobase Limited. Retrieved 18 June 2014.
- ↑ "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 22 February 2014.
360