ସୁର ସେଠୀ
ସୁର ସେଠୀ | |
|---|---|
| ବିଧାୟକ: ୫ମ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୭୧ – ୧୯୭୩ | |
| ପୂର୍ବ ଅଧିକାରୀ | ଶୁକଦେବ ଜେନା |
| ପର ଅଧିକାରୀ | ତ୍ରିଲୋଚନ କାନୁନଗୋ |
| ନିର୍ବାଚନ ମଣ୍ଡଳୀ | କଟକ ସଦର |
| ବ୍ୟକ୍ତିଗତ ସବିଶେଷ | |
| ଜନ୍ମ | ନଭେମ୍ବର ୧୪, ୧୯୪୨ |
| ମୃତ୍ୟୁ | ୨୯ ଜୁନ ୨୦୧୭ (ବୟସ ୭୪) |
| ନାଗରିକତା | ଭାରତୀୟ |
| ଜାତୀୟତା | ଭାରତୀୟ |
| ରାଜନୀତିକ ଦଳ | କଂଗ୍ରେସ (ଆର୍) |
| ଜୀବନ ସାଥୀ | ପ୍ରମିଳା କୁମାରୀ ଦେଇ |
| ବାପା/ବୋଉ | ମଦନ ସେଠୀ (ବାପା) |
| ବୃତ୍ତି | ରାଜନୀତିଜ୍ଞ |
ସୁର ସେଠୀ (୧୪ ନଭେମ୍ବର ୧୯୪୨ - ୨୯ ଜୁନ ୨୦୧୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସୁର ଓଡ଼ିଶା ରାଜନୀତିରେ କଂଗ୍ରେସ (ଆର୍)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସୁର ସେଠୀ ୧୯୪୨ ମସିହାର ନଭେମ୍ବର ମାସ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଦନ ସେଠୀ ଏବଂ ପତ୍ନୀଙ୍କ ନାମ ପ୍ରମିଳା କୁମାରୀ ଦେଇ ।[୧] ସୁରଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସୁର ସେଠୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ କଂଗ୍ରେସ (ଆର୍)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ସୁର ସେଠୀ ୨୦୧୭ ମସିହାର ଜୁନ ମାସ ୨୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା ।