ସ୍ତନ କର୍କଟ

ଉଇକିପିଡ଼ିଆ‌ରୁ
ସ୍ତନ କର୍କଟ
Mammo breast cancer.jpg
ମାମ୍ମୋଗ୍ରାମରେ ବାମ ସ୍ତନ ସଠିକ ଓ ଡାହାଣ ସ୍ତନରେ କର୍କଟ ଦେଖାଯାଉଛି ।
ଶ୍ରେଣୀବିଭାଗ ଓ ବାହାର ସ୍ରୋତ
ସ୍ପେଶାଲିଟିoncology[*]
ଆଇସିଡ଼ି-୧୦C50.
ଆଇସିଡ଼ି-୯-ସିଏମ୍174-175,V10.3
ଓଏମ୍‌ଆଇଏମ୍114480
ରୋଗ ଡାଟାବେସ1598
ମେଡ଼ିସିନ-ପ୍ଲସ000913
ଇ-ମେଡ଼ିସିନmed/2808 med/3287 radio/115 plastic/521
Patient UKସ୍ତନ କର୍କଟ
MeSHD001943

ସ୍ତନ କର୍କଟ (ଇଂରାଜୀରେ Breast cancer) ରୋଗ ସ୍ତନ ତନ୍ତୁରୁ ବାହାରୁଥିବା ଏକ କର୍କଟ ରୋଗର ନାମ ।[୧] ସ୍ତନ ଭିତରେ ଗୋଟାଳି ବାହାରିବା, ସ୍ତନ ଆକାରରେ ପରିବର୍ତ୍ତନ ଆସିବା ଓ କ୍ଷୁଦ୍ର ଗାତ ଦେଖାଯିବା। ସ୍ତନାଗ୍ରରୁ ତରଳ ପଦାର୍ଥ ବାହାରିବା ଓ ଚମରେ ଲାଲ କାତି ଚକଡ଼ା ଦେଖାଯିବା ଇତ୍ୟାଦି ଲକ୍ଷଣ ସମସ୍ତ ଏହି ରୋଗରେ ଦେଖାଯାଏ ।[୨] ଦୂରବର୍ତ୍ତୀ ବ୍ୟାପନ ହେଲେ ହାଡ଼ ଯନ୍ତ୍ରଣା, ଲସିକା ଗ୍ରନ୍ଥି ଫୁଲା, ଛୋଟ ଶ୍ୱାସ କ୍ରିୟା କିମ୍ବା ହଳଦିଆ ଚମ ଲକ୍ଷଣମାନ ଦେଖାଯାଏ ।[୩]

ସ୍ତନ କର୍କଟ ରୋଗର ସଙ୍କଟାବସ୍ଥାମାନଙ୍କ ନାମ: ସ୍ଥୌଲତା ବା ମୋଟାପଣ, ବ୍ୟାୟାମ ଅଭାବ, ମଦ୍ୟପାନ, ଋତୁବନ୍ଦ ସମୟରେ ହରମୋନ ପ୍ରତିସ୍ଥାପନ, ଆୟୋନାଇଜିଙ୍ଗ ରାଡିଏସନ, ଅଳ୍ପ ବୟସରେ ଋତୁଦର୍ଶନ (menarche), ଡେରିରେ ବା ଆଦୌ ଛୁଆ ନ ହେବା ।[୨][୪] ପ୍ରାୟ ୫ରୁ ୧୦ % ବଂଶାନୁକ୍ରମିକ ଭାବେ ପିତାମାତାଙ୍କ ଜିନରୁ (BRCA1BRCA2) ଆସେ । କ୍ଷୀର ତିଆରି ହେଉଥିବା ଲୋବ୍ୟୁଲ ଓ କ୍ଷୀରବାହିନଳୀର ଜୀବକୋଷରୁ ଆରମ୍ଭ ହୁଏ । କ୍ଷୀରନଳୀରୁ ହେଉଥିବା କର୍କଟକୁ ଡକ୍ଟାଲ କର୍କଟ ଓ ଲୋବ୍ୟୁଲରୁ ହେଉଥିବା କର୍କଟକୁ ଲୋବ୍ୟୁଲାର କର୍କତ କୁହାଯାଏ । [୨] ଏହା ବ୍ୟତୀତ ୧୮ ପ୍ରକାର ଅନ୍ୟ ସ୍ତନ କର୍କଟ ହୁଏ । ସ୍ଥିତାବସ୍ଥା-ଡକ୍ଟାଲ କର୍କଟରୁ ମଧ୍ୟ କେତେକ କର୍କଟ ରୋଗ ହୁଏ । [୪] କର୍କଟ ଗୋଟାଳିରୁ ବାୟୋପ୍ସି ନେଇ ପରୀକ୍ଷା କରି ରୋଗ ନିଣ୍ଣୟ କରାଯାଏ । ଥରେ ରୋଗ ଜଣାପଡ଼ିଗଲେ ଏହାର ବ୍ୟାପିବା ଅବସ୍ଥା ନିମନ୍ତେ ଅଧିକ ପରୀକ୍ଷା କରାଯାଏ । [୨]

ସ୍ତନ କର୍କଟ ରୋଗରେ ସ୍କ୍ରିନିଙ୍ଗର ଉପକାରିତା ଓ ଅପକାରିତାର ଚର୍ଚ୍ଚା ଦ୍ୱାନ୍ଦାତ୍ମକ ଅଟେ । ସନ ୨୦୧୩ର କ‌କ୍ରେନ ସମୀକ୍ଷା ଅନୁସାରେ ଏହାର ସଠିକ ପ୍ରମାଣ ମିଳୁନାହିଁ ।[୫] ସନ ୨୦୦୯ର ସମୀକ୍ଷା ଅନୁସାରେ ୟୁ ଏସ ସର୍ଭିସ ଟାସ୍କ ଫୋର୍ସ ସଂସ୍ଥା ୪୦ରୁ ୭୦ ବର୍ଷ ବୟସ୍କ ଲୋକ ଉପକାର ପାଆନ୍ତି,[୬] ତେଣୁ ଏହି ସଂସ୍ଥା ପ୍ରତି ଦୁଇ ବର୍ଷରେ ଥରେ ୫୦ରୁ ୭୪ ବର୍ଷ ବୟସ୍କ ଲୋକଙ୍କର ସ୍କ୍ରିନିଙ୍ଗ କରିବାକୁ ଉପଦେଶ ଦେଇଥିଲେ ।[୭] ଅଧିକ ସଂକଟାପନ୍ନ ଲୋକଙ୍କୁ ଟାମୋକ୍ସିଫେନ କିମ୍ବ ରାଲୋକ୍ସିଫେନ ଔଷଧ ବ୍ୟବ‌ହାର କରି ଅଧିକ ସଙ୍କଟ ଥିବା ଲୋକଙ୍କର ସ୍ତନ କର୍କଟ ରୋଗକୁ ପ୍ରତିରୋଧ କରିବାକୁ ଚେଷ୍ଟା କରାଯାଏ ।[୪] ଏହି ଲୋକମାନଙ୍କର ଉଭୟ ସ୍ତନ ଅପରେଶନ‌ଦ୍ୱାର ବାହାର କରିଦେଇ ରୋଗ ରୋକିବାକୁ ଉପଦେଶ ଦିଆଯାଏ । [୪] କର୍କଟ ରୋଗ ହୋଇସାରିଥିଲେ ଅପରେଶନ, ରାଡିଏସନ ଥେରାପି, କେମୋଥେରାପି କିମ୍ବା ଟାର୍ଗେଟେଡ ଥେରାପିଦ୍ୱାରା ଚିକିତ୍ସା କରାଯାଏ । [୨] ସ୍ତନ କର୍କଟର ପରିସ୍ଥିତି ନେଇ ଅପରେଶନ କରାଯାଏ; ସୁରକ୍ଷାତ୍ମକ ବା ସମ୍ପୁର୍ଣ୍ଣ ନିଷ୍କାସନ ।[୮][୯] ଅପରେଶନ ସମୟରେ ବା ପରେ ସ୍ତନର ପୁନନିର୍ମାଣ କରାଯାଇପାରେ । ପ୍ରାରମ୍ଭ ସ୍ଥାନରୁ ଅନ୍ୟ ସ୍ଥାନ‌କୁ ବ୍ୟାପିଥିଲେ କେବଳ ଆରାମ ଓ ପରିବର୍ତ୍ତିତ ଜୀବନ ନିମନ୍ତେ ଚେଷ୍ଟା କରାଯାଏ । [୯]

ସ୍ତନ କର୍କଟର ପ୍ରକାର, ଅଗ୍ରସର ବା ରୋଗ ସ୍ଟେଜ ଓ ରୋଗୀର ବୟସ ଉପରେ ଫଳାଫଳ ନିର୍ଭର କରେ । [୯] ବିକଶିତ ଦେଶମାନଙ୍କରେ ବଞ୍ଚିବା ହାର ଅଧିକ,[୧୦] ଆମେରିକା ଓ ଇଂଲଣ୍ଡରେ ପାଞ୍ଚ ବର୍ଷ ଆୟୁଷ ହାର ୮୦ %ରୁ ୯୦ % ।[୧୧][୧୨] ବିକାଶଶୀଳ ଦେଶମାନଙ୍କରେଏହି ଆୟୁଷ ହାର ଅତି କମ । [୪] ପୃଥିବୀରେ ମହିଳାମାନଙ୍କଠାରେ ହେଉଥିବା ସମୁଦାୟ କର୍କଟ ମଧ୍ୟରେ ସ୍ତନ କର୍କଟ ହାର ସର୍ବାଧିକ, ପ୍ରାୟ ୨୫ % ।[୧୩] ସନ ୨୦୧୨ର ହିସାବ ଅନୁସାରେ ୧.୬୮ ନିୟୁତ ସ୍ତନ କର୍କଟ ହୋଇଥିଲା ଓ ୫୨୨,୦୦୦ ମୃତ୍ୟୁ ହୋଇଥିଲା । [୧୩] ବିକଶିତ ଦେଶମାନଙ୍କରେ ଏହି ରୋଗ ଅଧିକ ଦେଖାଯାଏ [୪] ଓ ପୁରୁଷମାନଙ୍କ ରୋଗ ଅପେକ୍ଷା ଏହା ୧୦୦ ଗୁଣ ଅଧିକ । [୧୦][୧୪]

ଆଧାର[ସମ୍ପାଦନା]

  1. "Breast Cancer". NCI. Retrieved 29 June 2014.
  2. ୨.୦ ୨.୧ ୨.୨ ୨.୩ ୨.୪ "Breast Cancer Treatment (PDQ®)". NCI. 2014-05-23. Retrieved 29 June 2014.
  3. Saunders, Christobel; Jassal, Sunil (2009). Breast cancer (1. ed. ed.). Oxford: Oxford University Press. p. Chapter 13. ISBN 978-0-19-955869-8. {{cite book}}: |edition= has extra text (help)
  4. ୪.୦ ୪.୧ ୪.୨ ୪.୩ ୪.୪ ୪.୫ World Cancer Report 2014. World Health Organization. 2014. pp. Chapter 5.2. ISBN 92-832-0429-8.
  5. Gøtzsche PC, Jørgensen KJ (4 Jun 2013). "Screening for breast cancer with mammography". The Cochrane database of systematic reviews. 6: CD001877. doi:10.1002/14651858.CD001877.pub5. PMID 23737396.
  6. Nelson, HD; Tyne, K; Naik, A; Bougatsos, C; Chan, B; Nygren, P; Humphrey, L (November 2009). "Screening for Breast Cancer: Systematic Evidence Review Update for the US Preventive Services Task Force [Internet]". PMID 20722173. {{cite journal}}: Cite journal requires |journal= (help)
  7. "Screening for Breast Cancer". US Preventative Services Task Force. December 2009. Retrieved 24 December 2012.
  8. American College of Surgeons (September 2013), "Five Things Physicians and Patients Should Question", Choosing Wisely: an initiative of the ABIM Foundation, American College of Surgeons, retrieved 2 January 2013
  9. ୯.୦ ୯.୧ ୯.୨ "Breast Cancer Treatment (PDQ®)". NCI. 2014-06-26. Retrieved 29 June 2014.
  10. ୧୦.୦ ୧୦.୧ "World Cancer Report" (PDF). International Agency for Research on Cancer. 2008. Retrieved 2011-02-26.
  11. "Cancer Survival in England: Patients Diagnosed 2007–2011 and Followed up to 2012" (PDF). Office for National Statistics. 29 October 2013. Retrieved 29 June 2014.
  12. "SEER Stat Fact Sheets: Breast Cancer". NCI. Retrieved 18 June 2014.
  13. ୧୩.୦ ୧୩.୧ World Cancer Report 2014. World Health Organization. 2014. pp. Chapter 1.1. ISBN 92-832-0429-8.
  14. "Male Breast Cancer Treatment". National Cancer Institute. 2014. Retrieved 2014-06-29.