Jump to content

ହରିହର ମହାନ୍ତି

ଉଇକିପିଡ଼ିଆ‌ରୁ
ହରିହର ମହାନ୍ତି
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପୂର୍ବ ଅଧିକାରୀଗିରିଶ ଚନ୍ଦ୍ର ରାୟ, ସୁରେନ୍ଦ୍ର ସିଂହ
ପର ଅଧିକାରୀସନ୍ତୋଷ କୁମାର ସାହୁ
ନିର୍ବାଚନ ମଣ୍ଡଳୀବାରିପଦା
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୭ ଫେବୃଆରୀ ୧୯୭୩
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳପ୍ରଜା ସୋସିଆଲିଷ୍ଟ ପାର୍ଟି
ଜୀବନ ସାଥୀଶୀତଳା କୁମାରୀ ମହାନ୍ତି
ସନ୍ତାନସଂଗ୍ରାମ କେଶରୀ ମହାନ୍ତି
ବାପା/ବୋଉଫକୀର ଚରଣ ମହାନ୍ତି
ବୃତ୍ତିରାଜନୀତିଜ୍ଞ

ହରିହର ମହାନ୍ତି (ମୃତ୍ୟୁ: ୭ ଫେବୃଆରୀ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ହରିହର ଓଡ଼ିଶା ରାଜନୀତିରେ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ୨ୟ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

ପରିବାର

[ସମ୍ପାଦନା]

ହରିହର ମହାନ୍ତିଙ୍କର ବାପାଙ୍କ ନାମ ଫକୀର ଚରଣ ମହାନ୍ତି ଏବଂ ତାଙ୍କ ପତ୍ନୀଙ୍କ ନାମ ଶୀତଳା କୁମାରୀ ମହାନ୍ତି ।[] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[]

ରାଜନୈତିକ ଜୀବନ

[ସମ୍ପାଦନା]

ହରିହର ଓଡ଼ିଶା ରାଜନୀତିରେ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[]

୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ହରିହର ମହାନ୍ତି ପ୍ରଜା ସୋସିଆଲିଷ୍ଟ ପାର୍ଟିର ପ୍ରାର୍ଥୀ ଭାବରେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସ୍ୱାଧୀନ ପ୍ରାର୍ଥୀ ସମଲ ମାଝିଙ୍କ ସହ ଯୁଗ୍ମ ଭାବରେ ବିଜୟୀ ହୋଇ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[] ଏହି ବିଧାନ ସଭାରେ ସେ ୧୯୫୭ ମସିହାରୁ ୧୯୬୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

[ସମ୍ପାଦନା]

ହରିହର ୧୯୭୩ ମସିହାର ଫେବୃଆରୀ ମାସ ୭ ତାରିଖରେ ମୃତ୍ୟୁବରଣ କରିଥିଲେ ।[]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Harihar Mohanty". odishaassembly.nic.in. Odisha Assembly. Retrieved 14 September 2019.
  2. "Orissa 1957". Election Commission of India (in Indian English). Retrieved 2019-06-27.