ହୃଷିକେଶ ତ୍ରିପାଠୀ
ହୃଷିକେଶ ତ୍ରିପାଠୀ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବର) | |
କାର୍ଯ୍ୟକାଳ ୧୯୪୬ – ୧୯୫୨ | |
ନିର୍ବାଚନ ମଣ୍ଡଳୀ | ଅନୁଗୋଳ - ହିନ୍ଦୋଳ |
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | କୁମୁଦ ଚନ୍ଦ୍ର ସିଂହ |
ନିର୍ବାଚନ ମଣ୍ଡଳୀ | ଅନୁଗୋଳ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ଫେବୃଆରୀ ୫, ୧୯୯୧ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ହୃଷିକେଶ ତ୍ରିପାଠୀ (ମୃତ୍ୟୁ: ୫ ଫେବୃଆରୀ ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ହୃଷିକେଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ଦୁଇଥର କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୪୬ ମସିହାରେ ହୋଇଥିବା ୨ୟ ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ-ହିନ୍ଦୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ୧୯୫୨ ମସିହାରେ ସ୍ୱାଧୀନ ଭାରତର ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ହୃଷିକେଶ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ହୃଷିକେଶ ତ୍ରିପାଠୀ ୧୯୯୧ ମସିହାର ଫେବୃଆରୀ ମାସ ୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]