ହୃଷିକେଶ ନାୟକ
Appearance
ହୃଷିକେଶ ନାୟକ | |
---|---|
ବିଧାୟକ: ୧୦ମ, ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୨୦୦୦ | |
ପୂର୍ବ ଅଧିକାରୀ | ରାଘବ ଚରଣ ସେଠୀ |
ପର ଅଧିକାରୀ | ରାଘବ ଚରଣ ସେଠୀ |
ନିର୍ବାଚନ ମଣ୍ଡଳୀ | ବାଲିପାଟଣା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜାନୁଆରୀ ୧୯୫୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଜୀବନ ସାଥୀ | ସନ୍ଧ୍ୟାରାଣୀ ଦାସ |
ବାପା/ବୋଉ | ଜଗନ୍ନାଥ ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ହୃଷିକେଶ ନାୟକ (ଜନ୍ମ: ୧ ଜାନୁଆରୀ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ହୃଷିକେଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୯୦ ଓ ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାଲିପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ହୃଷିକେଶ ନାୟକ ୧୯୫୫ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଗନ୍ନାଥ ନାୟକ ଓ ପତ୍ନୀଙ୍କ ନାମ ସନ୍ଧ୍ୟାରାଣୀ ଦାସ ।[୧] ହୃଷିକେଶଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ଓ ପରେ ସେ ଓକିଲାତି ପଢ଼ିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ହୃଷିକେଶ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]