ହେମୋଫିଲିଆ
ହେମୋଫିଲିଆ | |
---|---|
ଉଚ୍ଚାରଣ | |
ବିଭାଗ | ରୁଧିର ବିଜ୍ଞାନ (Haematology) |
ଆଇସିଡ଼ି-୧୦ | D66.-D68. |
ଆଇସିଡ଼ି-୯-ସିଏମ୍ | 286 |
ଆଇସିଡ଼ି-ଓ | 0117 |
ଓଏମ୍ଆଇଏମ୍ | 306700 306900 264900 |
ରୋଗ ଡାଟାବେସ | 5555 5561 29376 |
ମେଡ଼ିସିନ-ପ୍ଲସ | 000537 |
ଇ-ମେଡ଼ିସିନ | med/3528 |
MeSH | D025861 |
ହେମୋଫିଲିଆ (ଇଂରାଜୀରେHaemophilia also spelled hemophilia) ଏକ ଅନୁବଂଶିକ (inherited) ଜେନେଟିକ (genetic disorder) ରୋଗ ଯେଉଁଥିରେ ରକ୍ତ ଜମାଟ ବାନ୍ଧିବା ଶକ୍ତି କମିଯାଏ ଓ ରକ୍ତ ସ୍ତମ୍ଭନ (ରକ୍ତସ୍ରାବ ବନ୍ଦ) ହୁଏନି ।[୧][୨] ଫଳରେ ଆଘାତ ପରେ ରକ୍ତସ୍ରାବ ଅଧିକ ସମୟ ଧରି ଚାଲିଥାଏ, ସହଜରେ ଅଧଃଚର୍ମ କ୍ଷତ (bruising) ହୁଏ ଓ ଗଣ୍ଠି ରକ୍ତସ୍ରାବ (bleeding inside joint) ବା ମସ୍ତିସ୍କରେ ରକ୍ତସ୍ରାବ ସଙ୍କଟ ରହେ । ସାମାନ୍ୟ ରୋଗରେ ଦୁର୍ଘଟଣା ବା ଅପରେଶନ ପରେ ଲକ୍ଷଣ ବାହାରେ । ରକ୍ତସ୍ରାବ ଫଳରେ ଗଣ୍ଠି ସ୍ଥାୟୀ ଭାବରେ ନଷ୍ଟ ହୋଇଯାଏ ଓ ମସ୍ତିଷ୍କରେ ରକ୍ତସ୍ରାବ ଫଳରେ ମୁଣ୍ଡବଥା, ଅପସ୍ମାର ବାତ ଓ ଚେତନା କମ ରହେ । [୩]
ଦୁଇ ପ୍ରକାର ହେମୋଫିଲିଆ ଅଛି: ହେମୋଫିଲିଆ କ ଯେଉଁଥିରେ ଯଥେଷ୍ଟ ଫ୍ୟାକ୍ଟର ୮ (factor VIII) ନ ଥାଏ ଓ ହେମୋଫିଲିଆ ଖ ଯେଉଁଥିରେ ଯଥେଷ୍ଟ ଫ୍ୟାକ୍ଟର (factor IX) ନ ଥାଏ ।[୨] ପିତା ବା ମାତାଙ୍କଠାରୁ ଆସିଥିବା ଏକ୍ସ କ୍ରୋମୋଜୋମରେ (X chromosome) ଏକ ଅଣକାର୍ଯ୍ୟକାରୀ ଜିନ (gene) ଥିବା ଯୋଗୁ ଏହି ରୋଗ ହୁଏ । [୪] ବିକାଶର ପ୍ରଥମାବସ୍ଥାରେ ଏକ ନୂଆ ମ୍ୟୁଟେସନ ହେଲେ ବା ଜୀବନର ପର ପର୍ଯ୍ୟୟରେ କ୍ଲଟିଙ୍ଗ ଫ୍ୟାକ୍ଟର ବିରୁଦ୍ଧରେ ଆଣ୍ଟବଡି ତିଆରି ହୋଇଗଲେ ହେମୋଫିଲିଆ ହୁଏ ।[୨][୪] ଅନ୍ୟ ଦୁଇ ପ୍ରକାର ହେମୋଫିଲିଆର ନାମ ଯଥାକ୍ରମେ ହେମୋଫିଲିଆ ଗ (ଫ୍ୟାକ୍ଟର XI ଅଭାବ ଯୋଗୁ) ଓ ପାରାହେମୋଫିଲିଆ (ଫ୍ୟାକ୍ଟର V ଅଭାବ ଯୋଗୁ) । [୫][୬] କର୍କଟ ରୋଗ, ଅଟୋଇମ୍ମ୍ୟୁନ ରୋଗ (autoimmune disorder) ଓ ଗର୍ଭାବସ୍ଥାରେ ଉପାର୍ଜ୍ଜିତ ହେମୋଫିଲିଆ ହୋଇପାରେ । [୭][୮] ରକ୍ତର ଜମାଟ ବାନ୍ଧିବା କ୍ଷମତା ଓ ବିଭିନ୍ନ କ୍ଲଟିଙ୍ଗ ଫ୍ୟାକ୍ଟର ସ୍ତର ମାପ କରି ରୋଗ ନିର୍ଣ୍ଣୟ କରାଯାଏ ।[୯]
ମହିଳାର ଅଣ୍ଡା ବାହାର କରି ତାହାକୁ ନିଷେଚନ (fertilizing) କରିବା ପରେ ଭୃଣ (embryo) ପରୀକ୍ଷା କରି ଜରାୟୁ ଭିତରେ ରଖିଲେ ଏ ରୋଗ ପ୍ରତିଷେଧ କରିହୁଏ ।[୯] ଏହାର ଚିକିତ୍ସାରେ ଦେହରେ ନ ଥିବା କ୍ଲଟିଙ୍ଗ ଫ୍ୟାକ୍ଟର ପୁନଃସ୍ଥାପନ କରାଯାଏ । ଏହି ପ୍ରଥା ନିୟମିତ ବା ରକ୍ତସ୍ରାବ ସମୟରେ କରାଯାଇପାରେ ।[୧] ଘରେ ବା ଡାକ୍ତରଖାନାରେ ପୁନଃସ୍ଥାପନ କରାଯାଇପାରେ । ମାନବ ରକ୍ତରୁ ବା ପ୍ରୋଟିନରୁ କ୍ଲଟିଙ୍ଗ ଫ୍ୟାକ୍ଟରରୁ (recombinant methods) ପ୍ରସ୍ତୁତ କରାଯାଏ ।[୧୦] ଆଣ୍ଟିବାୟୋଟିକ ବିରୁଦ୍ଧରେ ଆଣ୍ଟିବଡି ପ୍ରସ୍ତୁତ ହେଉଥିବା ୨୦% ଲୋକଙ୍କର ଚିକିତ୍ସା କଷ୍ଟସାଧ୍ୟ ।[୧] ସାମାନ୍ୟ ଧରଣର ହେମୋଫିଲିଆ କ ହୋଇଥିଲେ ଡେସମୋପ୍ରେସିନ (desmopressin) ଔଷଧ ଦିଆଯାଇପାରେ ।[୧୦] ଅଧୁନା ଜିନ ଥେରାପି (gene therapy) ପରୀକ୍ଷଣ ଅବସ୍ଥାରେ ଅଛି । [୧୧]
ପ୍ରତି ୫,୦୦୦ରୁ ୧୦,୦୦୦ ଲୋକରେ ଜଣେ ହେମୋଫିଲିଆ କ ରୋଗରେ ଆକ୍ରାନ୍ତ ହୁଏ ଓ ପ୍ରତି ୪୦,୦୦୦ରେ ଜଣେ ପୁରୁଷ ହେମୋଫିଲିଆ ଖ ରୋଗରେ ଜନ୍ମରୁ ଆକ୍ରାନ୍ତ ହୁଏ । [୨][୧୨] କେତେକ ମହିଳାଙ୍କର ଏକ୍ସ କ୍ରୋମୋଜୋମ ସହିତ ଅଣକାର୍ଯ୍ୟକାରୀ ଜିନ ଥିଲେ ସାମାନ୍ୟ ଲକ୍ଷଣ ପ୍ରକାଶ ପାଇପାରେ ।[୪] ହେମୋଫିଲିଆ ଗ ଉଭୟ ପୁରୁଷ ଓ ମହିଳାଙ୍କୁ ସମ ଭାଗରେ ଆକ୍ରମଣ କରେ ଓ ମୂଖ୍ୟତଃ ଆସ୍କେନାଜି ଜିଉଙ୍କର (Ashkenazi Jews) ଏ ରୋଗ ହୁଏ । ୧୮୦୦ଶତାବ୍ଦୀରେ ୟୁରୋପର ରାଜକୀୟ ପରିବାରରେ ସାଧାରଣତଃ ଏହି ରୋଗ ଥିଲା । ସନ ୧୯୫୨ରେ ହେମୋଫିଲିଆ କ ଓ ଖ ମଧ୍ୟରେ ଥିବା ପାର୍ଥକ୍ୟ ଜଣାଯାଇଥିଲା ।[୧୨] ଗ୍ରୀକ ଭାଷାରୁ ଅଣାଯାଇଥିବା ଶବ୍ଦ ହାଇମା/haima αἷμα ଅର୍ଥ ରକ୍ତ ଓ ଫିଲିଆ/philia φιλία ଅର୍ଥ ପ୍ରେମ ।[୧୩]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Hemophilia Facts". CDC. August 26, 2014. Retrieved 8 September 2016.
- ↑ ୨.୦ ୨.୧ ୨.୨ ୨.୩ "What Is Hemophilia?". NHLBI. July 13, 2013. Retrieved 8 September 2016.
- ↑ "What Are the Signs and Symptoms of Hemophilia?". NHLBI. July 13, 2013. Retrieved 8 September 2016.
- ↑ ୪.୦ ୪.୧ ୪.୨ "What Causes Hemophilia?". NHLBI. July 13, 2013. Retrieved 10 September 2016.
- ↑ Franchini, M; Mannucci, PM (October 2011). "Inhibitors of propagation of coagulation (factors VIII, IX and XI): a review of current therapeutic practice". British journal of clinical pharmacology. 72 (4): 553–62. PMID 21204915.
- ↑ Thalji, N; Camire, RM (September 2013). "Parahemophilia: new insights into factor v deficiency". Seminars in thrombosis and hemostasis. 39 (6): 607–12. doi:10.1055/s-0033-1349224. PMID 23893775.
- ↑ Franchini, M; Mannucci, PM (December 2013). "Acquired haemophilia A: a 2013 update". Thrombosis and haemostasis. 110 (6): 1114–20. doi:10.1160/TH13-05-0363. PMID 24008306.
- ↑ Mulliez, SM; Vantilborgh, A; Devreese, KM (June 2014). "Acquired hemophilia: a case report and review of the literature". International journal of laboratory hematology. 36 (3): 398–407. doi:10.1111/ijlh.12210. PMID 24750687.
- ↑ ୯.୦ ୯.୧ "How Is Hemophilia Diagnosed?". NHLBI. July 13, 2013. Retrieved 10 September 2016.
- ↑ ୧୦.୦ ୧୦.୧ "How Is Hemophilia Treated?". NHLBI. July 13, 2013. Retrieved 10 September 2016.
- ↑ Peyvandi, F; Garagiola, I; Young, G (9 July 2016). "The past and future of haemophilia: diagnosis, treatments, and its complications". Lancet (London, England). 388 (10040): 187–97. PMID 26897598.
- ↑ ୧୨.୦ ୧୨.୧ Wynbrandt, James; Ludman, Mark D. (1 January 2009). The Encyclopedia of Genetic Disorders and Birth Defects. Infobase Publishing. p. 194. ISBN 978-1-4381-2095-9. Retrieved 25 August 2013.
- ↑ Douglas Harper. "Online Etymology Dictionary". Retrieved 10 October 2007.