ହେରାପଞ୍ଚମୀ

ଉଇକିପିଡ଼ିଆ‌ରୁ
ହେରାପଞ୍ଚମୀ
ପାଳନକାରୀଜଗନ୍ନାଥ ମନ୍ଦିର
ପ୍ରକାରଧାର୍ମିକ
ତାରିଖଆଷାଢ଼ ଶୁକ୍ଳ ପଞ୍ଚମୀ
୨୦୨୪ ତାରିଖdate missing (please add)
ସମ୍ପର୍କିତଜଗନ୍ନାଥ, ଲକ୍ଷ୍ମୀ

ରଥଯାତ୍ରାଠାରୁ ପାଞ୍ଚଦିନ ଅର୍ଥାତ ଆଷାଢ଼ ଶୁକ୍ଳ ପଞ୍ଚମୀ ଦିନକୁ ହେରାପଞ୍ଚମୀ କୁହାଯାଏ ।[୧][୨] ରଥଯାତ୍ରାରେ ଜଗନ୍ନାଥ ନିଜ ପତ୍ନୀଙ୍କୁ ଉପେକ୍ଷା କରି ନିଜର ଭାଇ ଓ ଭଉଣୀଙ୍କୁ ନେଇ ଗୁଣ୍ଡିଚା ମନ୍ଦିର ଯିବାପରେ, ମହାଲକ୍ଷ୍ମୀ ରୋଷ ହୋଇ ଏହାର କାରଣ ପଚାରିବା ନିମନ୍ତେ ଏକ ସୁସଜ୍ଜିତ ପାଲିଙ୍କିରେ ଆଡ଼ପ ମଣ୍ଡପକୁ ଯାତ୍ରା କରିଥାନ୍ତି । ତେବେ ମହାଲକ୍ଷ୍ମୀଙ୍କ କ୍ରୋଧ ଜର୍ଜରିତ ରୂପ ଦେଖି ମହାପ୍ରଭୁଙ୍କ ସେବକମାନେ ଗୁଣ୍ଡିଚା ମନ୍ଦିରର ମୁଖ୍ୟଦ୍ୱାର ବନ୍ଦ କରିଦିଅନ୍ତି । ନାକଚଣା ବାଟ ଦେଇ ଜଗମୋହନକୁ ଯାଇ ବିମଳାଙ୍କ ପ୍ରଦତ୍ତ କର୍ପୁରରେ ଲକ୍ଷ୍ମୀ ଆଳତି କରନ୍ତି । ପତ୍ନୀଙ୍କ ରାଗ ଶାନ୍ତ କରିବା ପାଇଁ ମହାପ୍ରଭୁ ଦୁଇଦିନ ମଧ୍ୟରେ ଫେରିଯିବାର ପ୍ରତିଶ୍ରୁତି ଦେଇ ରଥ ଦକ୍ଷିଣ ମୋଡ଼ କରିବା ନିମନ୍ତେ ବରାଦ କରିଥାନ୍ତି । ଲୋକାଚାର ଦୃଷ୍ଟିରୁ ଜଗନ୍ନାଥ ଲକ୍ଷ୍ମୀଙ୍କୁ ସିଂହାସନ ପାଖକୁ ନ ନେବାରୁ କ୍ରୋଧ ଜର୍ଜରିତା ପତ୍ନୀ ରଥର କିଛି ଅଂଶ ଭାଙ୍ଗି ଦେଇ ହେରାଗୌରୀ ସାହି ବାଟେ ଫେରି ଆସନ୍ତି । [୩] ଜଗନ୍ନାଥ ନିଜ କଥା ରଖିବାରେ ଅସଫଳ ହେବାରୁ ଫେରିବା ଦିନ ବଳଭଦ୍ର ଓ ସୁଭଦ୍ରା ନିଳାଦ୍ରୀ ମଣ୍ଡପକୁ ବିଜେ କଲେ ମଧ୍ୟ ପ୍ରଭୁଙ୍କ ପାଇଁ ଦ୍ୱାର ବନ୍ଦ ରହେ । ଏହା ଲକ୍ଷ୍ମୀ ନାରାୟଣ କଳି ଭାବେ ପରିଚିତ ।

ଇତିହାସ[ସମ୍ପାଦନା]

ଶ୍ରୀମନ୍ଦିର ଇତିହାସରୁ ଜଣାଯାଏ, ହେରାପଞ୍ଚମୀ ଉତ୍ସବ ମହାରାଜା କପିଳେନ୍ଦ୍ରଦେବଙ୍କ ସମୟରୁ ପାଳିତ ହୋଇଆସୁଅଛି । ଏହାପୂର୍ବରୁ ଏହି ଉତ୍ସବ କେବଳ ପ୍ରତୀକାତ୍ମକ ଭାବେ ଏକ ପୂଜାମନ୍ତ୍ର ବିଧିରେ ପାଳିତ ହେଉଥିଲା । ମାଦଳା ପାଞ୍ଜିର ବର୍ଣ୍ଣନାନୁସାରେ, ସେତେବେଳେ ମା ମହାଲକ୍ଷ୍ମୀ ଓ ଶ୍ରୀ ଜଗନ୍ନାଥଙ୍କୁ ଦୀପ ତଥା ଅନ୍ୟାନ୍ୟ ପବିତ୍ର ଦ୍ରବ୍ୟରେ ପୂଜା କରାଯାଉଥିଲା । ପରବର୍ତ୍ତୀ ସମୟରେ ରାଜା କପିଳେନ୍ଦ୍ର ଦେବଙ୍କଦ୍ୱାରା ମହାଲକ୍ଷ୍ମୀଙ୍କ ଏକ ସୁବର୍ଣ୍ଣ ପ୍ରତିମାନେଇ ଲୌକିକ ପୂଜାଚାର ପଦ୍ଧତିରେ ମହାଡମ୍ବରରେ ଏହି ଉତ୍ସବ ପାଳନ କରାଗଲା ।[୪] ଏହି ପବିତ୍ର ହେରାପଞ୍ଚମୀ ପାଳନ ମାଧ୍ୟମରେ ସାମାଜିକ ଜୀବନରେ ସ୍ୱାମୀ ଓ ସ୍ତ୍ରୀ ମଧ୍ୟରେ ଅନାବିଳ ପ୍ରେମର ଏକ ଭିନ୍ନ ପରିପ୍ରକାଶ ହେବା ସହ ଏହା ଗୃହସ୍ଥମାନଙ୍କ ପାଇଁ ଏକ ଶିକ୍ଷଣୀୟ ଚଳଣୀର ବାର୍ତ୍ତା ବହନ କରୁଛି ।

ଆଧାର[ସମ୍ପାଦନା]

  1. "Hera Panchami – Articles - Jagannath Dham". jagannathdham.com. 2012. Retrieved 25 June 2012. It is celebrated on Ashada Shukla Panchami, fifth day in bright fortnight of Ashad month in Oriya calendar.
  2. "RITUALS OF CAR FESTIVAL OF PURI". Retrieved June 25, 2012. 'Hera' means to 'see' and 'Panchami' means the 'fifth day'.
  3. "Hera Panchami". orissadiary.com. 2012. Archived from the original on 23 June 2012. Retrieved 25 June 2012. Laxmi sets out in night and visits the Gundicha Temple through Badadanda and returns secretly through the Heragohiri Sahi or street after breaking a piece of wood of Nandigosha Ratha
  4. ଦାଶ, ଦୁର୍ଗାମାଧବ. "The rituals of Herapanchami & Lord Jagannath" (PDF). ଓଡ଼ିଶା ରିଭ୍ୟୁ. ଏପ୍ରିଲ୍, ୨୦୧୫: ୬-୧୦. Retrieved 16 August 2015.