ଅଭିମନ୍ୟୁ ବେହେରା

ଉଇକିପିଡ଼ିଆ‌ରୁ
(Abhimanyu Beheraରୁ ଲେଉଟି ଆସିଛି)
ଅଭିମନ୍ୟୁ ବେହେରା
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀଚନ୍ଦ୍ର ଶେଖର ବେହେରା
ପର ଅଧିକାରୀପଦ୍ମନାଭ ବେହେରା
ନିର୍ବାଚନ ମଣ୍ଡଳୀଫୁଲବାଣୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1955-07-01) ୧ ଜୁଲାଇ ୧୯୫୫ (ବୟସ ୬୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଅନୁସୟା ବେହେରା
ବାପା/ବୋଉବିରଞ୍ଚି ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ଅଭିମନ୍ୟୁ ବେହେରା (ଜନ୍ମ: ୧ ଜୁଲାଇ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅଭିମନ୍ୟୁ ବେହେରା ୧୯୫୫ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିରଞ୍ଚି ବେହେରା ଓ ପତ୍ନୀଙ୍କ ନାମ ଅନୁସୟା ବେହେରା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅଭିମନ୍ୟୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Abhimanyu Behera". odishaassembly.nic.in. Odisha Assembly. Retrieved 19 April 2021.