ଅରୁଣ କୁମାର ପଟ୍ଟନାୟକ
ଅରୁଣ କୁମାର ପଟ୍ଟନାୟକ | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜ |
ପର ଅଧିକାରୀ | ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜ |
ନିର୍ବାଚନ ମଣ୍ଡଳୀ | ଖଣ୍ଡପଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଅଗଷ୍ଟ ୨୦, ୧୯୫୨ |
ମୃତ୍ୟୁ | ୧୨ ସେପ୍ଟେମ୍ବର ୧୯୯୬ | (ବୟସ ୪୪)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଜୀବନ ସାଥୀ | ବିଜୟଲକ୍ଷ୍ମୀ ପଟ୍ଟନାୟକ |
ବାପା/ବୋଉ | ବ୍ରଜ ସୁନ୍ଦର ପଟ୍ଟନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅରୁଣ କୁମାର ପଟ୍ଟନାୟକ (୨୦ ଅଗଷ୍ଟ ୧୯୫୨ - ୧୨ ସେପ୍ଟେମ୍ବର ୧୯୯୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖଣ୍ଡପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଅରୁଣ କୁମାର ପଟ୍ଟନାୟକ ୧୯୫୨ ମସିହାର ଅଗଷ୍ଟ ମାସ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ବ୍ରଜ ସୁନ୍ଦର ପଟ୍ଟନାୟକ ଏବଂ ପତ୍ନୀଙ୍କ ନାମ ବିଜୟଲକ୍ଷ୍ମୀ ପଟ୍ଟନାୟକ ଜଣେ ଓଡ଼ିଶା ରାଜନୀତିଜ୍ଞା, ଯିଏକି ୧୨ଶ ଓ ୧୩ଶ ଓଡ଼ିଶା ବିଧାନ ସଭାରେ ବିଧାୟିକା ଭାବରେ କାର୍ଯ୍ୟ କରିଛନ୍ତି ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅରୁଣ ଓଡ଼ିଶା ରାଜନୀତିରେ ଜନତା ଦଳର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଅରୁଣ କୁମାର ପଟ୍ଟନାୟକ ୧୯୯୬ ମସିହାର ସେପ୍ଟେମ୍ବର ମାସ ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୪୪ ବର୍ଷ ବୟସ ହୋଇଥିଲା ।